ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ
1. ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ; ସେ ଆପଣା ଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି ।
2. ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ ।
3. ଅବଶ୍ୟ ଏବେ ସେମାନେ କହିବେ, ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?
4. ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ତ ଅଙ୍କୁରିତ ହୁଏ ।
5. ଶମରୀୟା ନିବାସୀଗଣ ବୈଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି ।
6. ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ ।
7. ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା ।
8. ଆହୁରି, ଇସ୍ରାଏଲର ପାପ ସ୍ଵରୂପ ଆବେନର ଉଚ୍ଚସ୍ଥଳୀସବୁ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପ-ପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼ ।
9. ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ପ୍ରତିକୂଳ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେସ୍ଥାନରେ ଠିଆ ହେଲେ ।
10. ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ ।
11. ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟ ମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକି ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ ।
12. ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ-ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି ।
13. ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ଵରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ଵାସ କରିଅଛ ।
14. ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ୍ ବୈଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ତ ଖଣ୍ତ ହୋଇଥିଲା ।
15. ତୁମ୍ଭର ମହା ଦୁଷ୍ଟତା ସକାଶୁ ବୈଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 14
1 2 3 4 5 6 7 8 9 10 11 12 13 14
1 ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ; ସେ ଆପଣା ଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି । 2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ । 3 ଅବଶ୍ୟ ଏବେ ସେମାନେ କହିବେ, ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ? 4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ତ ଅଙ୍କୁରିତ ହୁଏ । 5 ଶମରୀୟା ନିବାସୀଗଣ ବୈଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି । 6 ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ । 7 ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା । 8 ଆହୁରି, ଇସ୍ରାଏଲର ପାପ ସ୍ଵରୂପ ଆବେନର ଉଚ୍ଚସ୍ଥଳୀସବୁ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପ-ପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼ । 9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ପ୍ରତିକୂଳ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେସ୍ଥାନରେ ଠିଆ ହେଲେ । 10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ । 11 ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟ ମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକି ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ । 12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ-ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି । 13 ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ଵରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ଵାସ କରିଅଛ । 14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ୍ ବୈଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ତ ଖଣ୍ତ ହୋଇଥିଲା । 15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବୈଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References