ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
2. କାରଣ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
3. ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
4. ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?
5. ଯେବେ ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
6. ତେବେ ମୁଁ ଧର୍ମନିକ୍ତିରେ ତୌଲା ଯାଏ, ତହିଁରେ ପରମେଶ୍ଵର ମୋହର ସରଳତା ଜାଣି ପାରିବେ ।
7. ଯେବେ ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯେବେ ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
8. ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ ।
9. ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ଵାର ନିକଟରେ ଲୁଚି ବସିଥାଏ;
10. ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ ।
11. କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ;
12. କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ଵର ମୂଳୋତ୍ପାଟନ କରନ୍ତା ।
13. ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯେବେ ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
14. ତେବେ ପରମେଶ୍ଵର ଉଠିଲେ, ମୁଁ କଅଣ କରିବି? ଓ ସେ ତତ୍ତ୍ଵ କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?
15. ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
16. ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
17. ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
18. (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି ।)
19. ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
20. ଯେବେ ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
21. ମୁଁ ନଗର-ଦ୍ଵାରରେ ନିଜ ଉପକାରୀକି ଦେଖି ଯେବେ ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
22. ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ ।
23. କାରଣ ପରମେଶ୍ଵରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ଵ ହେତୁରୁ ମୁଁ କିଛି କରି ପାରିଲି ନାହିଁ ।
24. ଯେବେ ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
25. ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯେବେ ମୁଁ ଆନନ୍ଦ କରିଥାଏ;
26. ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯେବେ ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
27. ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ଵନ କରିଥାଏ;
28. ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ଵବାସୀ ପରମେଶ୍ଵରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି ।
29. ମୋʼ ଘୃଣାକାରୀର ବିନାଶରେ ଯେବେ ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
30. (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ; )
31. ମୋʼ ତମ୍ଵୁସ୍ଥିତ ଲୋକେ କି କହି ନ ଥାʼନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ?
32. ବିଦେଶୀ ଦାଣ୍ତରେ ରାତ୍ରିକ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ଵାର ମୁକ୍ତ କଲି;
33. ଯେବେ ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ଵାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
34. ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟ-ମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯେବେ ମୁଁ ନୀରବ ହୋଇ ଦ୍ଵାର ବାହାରକୁ ଯାଇ ନ ଥାଏ-
35. ଆଃ, କେହି ଯେବେ ମୋʼ କଥା ଶୁଣିବାକୁ ଥାʼନ୍ତାଣ! (ଏହି ଦେଖ ମୋହର ସ୍ଵାକ୍ଷର, ସର୍ବଶକ୍ତିମାନ ମୋତେ ଉତ୍ତର ଦେଉନ୍ତୁ; ) ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯେବେ ମୁଁ ପାଆନ୍ତି!
36. ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି ।
37. ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ରାଜା ପରି ତାହାର ନିକଟକୁ ଯାଆନ୍ତି ।
38. ଯେବେ ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
39. ଯେବେ ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
40. ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ । ଆୟୁବର ବାକ୍ୟ ସମାପ୍ତ ।

Notes

No Verse Added

Total 42 Chapters, Current Chapter 31 of Total Chapters 42
ଆୟୁବ ପୁସ୍ତକ 31:13
1. ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
2. କାରଣ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
3. ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
4. ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ମୋହର ପାଦଗତି ଗଣନ୍ତି ନାହିଁ?
5. ଯେବେ ମୁଁ ଅସାରତାରେ ଗତାୟାତ କରିଥାଏ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
6. ତେବେ ମୁଁ ଧର୍ମନିକ୍ତିରେ ତୌଲା ଯାଏ, ତହିଁରେ ପରମେଶ୍ଵର ମୋହର ସରଳତା ଜାଣି ପାରିବେ
7. ଯେବେ ମୋହର ପାଦ ବିପଥରେ ଯାଇଥାଏ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଯେବେ ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
8. ତେବେ ମୁଁ ବୁଣେ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ
9. ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ମୁଁ ଆପଣା ପ୍ରତିବାସୀର ଦ୍ଵାର ନିକଟରେ ଲୁଚି ବସିଥାଏ;
10. ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ
11. କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ;
12. କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ମୋʼ ସର୍ବସ୍ଵର ମୂଳୋତ୍ପାଟନ କରନ୍ତା
13. ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯେବେ ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
14. ତେବେ ପରମେଶ୍ଵର ଉଠିଲେ, ମୁଁ କଅଣ କରିବି? ସେ ତତ୍ତ୍ଵ କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?
15. ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
16. ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
17. ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ପିତୃହୀନ ତହିଁରୁ ଖାଇ ଥାଏ;
18. (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି ।)
19. ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
20. ଯେବେ ତାହାର କଟିଦେଶ ମୋତେ ଆଶୀର୍ବାଦ କରି ଥାଏ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ଥାଏ;
21. ମୁଁ ନଗର-ଦ୍ଵାରରେ ନିଜ ଉପକାରୀକି ଦେଖି ଯେବେ ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
22. ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ
23. କାରଣ ପରମେଶ୍ଵରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ତାହାଙ୍କ ମହତ୍ତ୍ଵ ହେତୁରୁ ମୁଁ କିଛି କରି ପାରିଲି ନାହିଁ
24. ଯେବେ ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
25. ମୋହର ସମ୍ପଦ ଅତିଶୟ ହେବାରୁ ମୋହର ହସ୍ତ ବହୁତ ଲାଭ କରିବାରୁ ଯେବେ ମୁଁ ଆନନ୍ଦ କରିଥାଏ;
26. ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯେବେ ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
27. ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ଵନ କରିଥାଏ;
28. ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ଵବାସୀ ପରମେଶ୍ଵରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି
29. ମୋʼ ଘୃଣାକାରୀର ବିନାଶରେ ଯେବେ ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
30. (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ; )
31. ମୋʼ ତମ୍ଵୁସ୍ଥିତ ଲୋକେ କି କହି ଥାʼନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ?
32. ବିଦେଶୀ ଦାଣ୍ତରେ ରାତ୍ରିକ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ଵାର ମୁକ୍ତ କଲି;
33. ଯେବେ ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ଵାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
34. ମହାଜନତାକୁ ଭୟ କରିବାରୁ ଗୋଷ୍ଠୀୟ-ମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯେବେ ମୁଁ ନୀରବ ହୋଇ ଦ୍ଵାର ବାହାରକୁ ଯାଇ ଥାଏ-
35. ଆଃ, କେହି ଯେବେ ମୋʼ କଥା ଶୁଣିବାକୁ ଥାʼନ୍ତାଣ! (ଏହି ଦେଖ ମୋହର ସ୍ଵାକ୍ଷର, ସର୍ବଶକ୍ତିମାନ ମୋତେ ଉତ୍ତର ଦେଉନ୍ତୁ; ) ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯେବେ ମୁଁ ପାଆନ୍ତି!
36. ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ମୁକୁଟ ପରି ତାହା ବାନ୍ଧନ୍ତି
37. ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ରାଜା ପରି ତାହାର ନିକଟକୁ ଯାଆନ୍ତି
38. ଯେବେ ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
39. ଯେବେ ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
40. ତେବେ ଗହମ ବଦଳେ କଣ୍ଟକଲତା ଯବ ବଦଳେ ବିଷବୃକ୍ଷ ବଢ଼ୁ ଆୟୁବର ବାକ୍ୟ ସମାପ୍ତ
Total 42 Chapters, Current Chapter 31 of Total Chapters 42
×

Alert

×

oriya Letters Keypad References