2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ ।
|
3. ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି ତହିଁର ତଳିଭୂମିସବୁ ସେମାନଙ୍କ ପଶୁ ଓ ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ ।
|
4. ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ସେସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ ।
|
5. ପୁଣି ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ ଓ ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ ଓ ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ । ଏହା ସେମାନଙ୍କ ନଗରର ତଳିଭୂମି ହେବ ।
|
6. ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ଛଡ଼ା ଆହୁରି ବୟାଳିଶ ନଗର ଦେବ ।
|
7. ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ ।
|
8. ପୁଣି ଇସ୍ରାଏଲ-ସନ୍ତାନଗଣର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ ।
|
11. ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ ।
|
12. ପୁଣି ନରହତ୍ୟାକାରୀ ବିଚାରାର୍ଥେ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟସ୍ଥାନ ହେବ;
|
14. ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ ।
|
15. ଇସ୍ରାଏଲ-ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟସ୍ଥାନ ହେବ; ତହିଁରେ ଯେ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ ।
|
16. ମାତ୍ର ଯେବେ କେହି ଲୌହ ଅସ୍ତ୍ର ଦ୍ଵାରା କାହାରିକୁ ଏପରି ଆଘାତ କରେ, ଯେ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
|
17. ଆଉ ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
|
18. ଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
|
21. କିଅବା ଶତ୍ରୁତା କରି ଯେବେ ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ ସେ ନରହତ୍ୟାକାରୀ; ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ ।
|
23. କିଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,
|
25. ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ; ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ ।
|
27. ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ ।
|
28. କାରଣ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇ ପାରିବ ।
|
30. ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ଵାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ତ ନିମନ୍ତେ ଗ୍ରାହ୍ୟ ହେବ ନାହିଁ ।
|
31. ଆହୁରି ପ୍ରାଣଦଣ୍ତଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ ।
|
32. ପୁଣି କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ ।
|
33. ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ ।
|
34. ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରୁଅଛୁ ।
|