ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆସଫର ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?
2. ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ତଳୀକି ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର ।
3. ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି ।
4. ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ଵଜା ସ୍ଥାପନ କରିଅଛନ୍ତି ।
5. ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ ।
6. ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ଵାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି ।
7. ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି ।
8. ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ଵରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି ।
9. ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ ।
10. ହେ ପରମେଶ୍ଵର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?
11. ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର ।
12. ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ଵର ପୂର୍ବରୁ ଆମ୍ଭର ରାଜା ଅଟନ୍ତି ।
13. ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
14. ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ ।
15. ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ ।
16. ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ ।
17. ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ ।
18. ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର ।
19. ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ ।
20. ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ ।
21. ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉଣ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ ।
22. ହେ ପରମେଶ୍ଵର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ଦିନଯାକ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର ।
23. ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି ।

Notes

No Verse Added

Total 150 Chapters, Current Chapter 74 of Total Chapters 150
ଗୀତସଂହିତା 74:79
1. ଆସଫର ମସ୍କୀଲ୍ ହେ ପରମେଶ୍ଵର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?
2. ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ତଳୀକି ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର
3. ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି
4. ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ଵଜା ସ୍ଥାପନ କରିଅଛନ୍ତି
5. ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ
6. ପୁଣି, ଏବେ ସେମାନେ ଟାଙ୍ଗିଆ ହାତୁଡ଼ି ଦ୍ଵାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି
7. ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି
8. ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ଵରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି
9. ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ
10. ହେ ପରମେଶ୍ଵର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?
11. ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର
12. ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ଵର ପୂର୍ବରୁ ଆମ୍ଭର ରାଜା ଅଟନ୍ତି
13. ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
14. ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ
15. ତୁମ୍ଭେ ନିର୍ଝର ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ
16. ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ସୂର୍ଯ୍ୟ ପ୍ରସ୍ତୁତ କରିଅଛ
17. ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଶୀତକାଳ ସୃଷ୍ଟି କରିଅଛ
18. ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର
19. ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ
20. ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ
21. ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ଯାଉଣ! ଦରିଦ୍ର ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ
22. ହେ ପରମେଶ୍ଵର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ଦିନଯାକ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର
23. ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି
Total 150 Chapters, Current Chapter 74 of Total Chapters 150
×

Alert

×

oriya Letters Keypad References