1. ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ ।
2. ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଶାପ ନିକଟକୁ ଆସେ ନାହିଁ ।
3. ଅଶ୍ଵ ପାଇଁ କୋରଡ଼ା; ଗର୍ଦ୍ଦଭ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ।
4. ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ ।
5. ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ ।
6. ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ ।
7. ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ ।
8. ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ ।
9. ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି ।
10. ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ ।
11. ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୁର୍ଖ ସେପରି ।
12. ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି ।
13. ଅଳସୁଆ କହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି ।
14. ଯେପରି କବ୍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ ।
15. ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ ।
16. ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ ।
17. ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ଵିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ ।
18. ଅଗ୍ନିବାଣ, ତୀର ଓ ମୃତ୍ୟୁ ନିକ୍ଷେପକାରୀ ବାତୁଳ ଯେପରି;
19. ଆପଣା ପ୍ରତିବାସୀକି ଯେଉଁ ଲୋକ ଭୁଲାଇ କହେ, ମୁଁ କʼଣ କୌତୁକ କରୁ ନାହିଁ? ସେ ସେପରି ।
20. କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ ।
21. ଯେପରି ଜ୍ଵଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକି କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ ।
22. କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ ।
23. ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ତିତ ମୃତ୍ତିକାପାତ୍ର ତୁଲ୍ୟ ।
24. ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ ।
25. ସେ ମିଷ୍ଟସ୍ଵରରେ କହିଲେ, ତାହାକୁ ବିଶ୍ଵାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ ।
26. ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ ।
27. ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ ।
28. ମିଥ୍ୟାବାଦୀ-ଜିହ୍ଵା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ ।