ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯାକୁବଙ୍କ ପତ୍
1. ତୁମ୍ଭମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
2. ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
3. ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ ।
4. ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ଵରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେକେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ; ସେ ଆପଣାକୁ ଈଶ୍ଵରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ ।
5. ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକା; କାମନା କରନ୍ତି?
6. କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଉକ୍ତ ଅଛି, “ଈଶ୍ଵର ଅହଂକାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି” ।
7. ଅତଏବ, ତୁମ୍ଭେମାନେ ଈଶ୍ଵରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଧା କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ ।
8. ଈଶ୍ଵରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ଵିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର ।
9. ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ ।
10. ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ ।
11. ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ ଯେ ଭାଇର ଗ୍ଳାନି କରେ କିମ୍ଵା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ ।
12. ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
13. ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ଵା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
14. କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ ।
15. ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ ।
16. କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ-ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ ।
17. ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ ।

ରେକର୍ଡଗୁଡିକ

Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 5
1 2 3 4 5
1 ତୁମ୍ଭମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ? 2 ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ; 3 ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ । 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ଵରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେକେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ; ସେ ଆପଣାକୁ ଈଶ୍ଵରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ । 5 ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକା; କାମନା କରନ୍ତି? 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଉକ୍ତ ଅଛି, “ଈଶ୍ଵର ଅହଂକାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି” । 7 ଅତଏବ, ତୁମ୍ଭେମାନେ ଈଶ୍ଵରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଧା କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ । 8 ଈଶ୍ଵରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ଵିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର । 9 ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ । 10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ । 11 ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ ଯେ ଭାଇର ଗ୍ଳାନି କରେ କିମ୍ଵା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ । 12 ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ? 13 ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ଵା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ; 14 କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ । 15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ । 16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ-ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ । 17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 5
1 2 3 4 5
×

Alert

×

Oriya Letters Keypad References