18. ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ ।
|
19. କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ ।
|
20. ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ, ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ ।
|
22. ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ ।
|
23. ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ଵର ତାହା ଉପରେ ଆପଣା କୋପର ପ୍ରଚଣ୍ତତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ ।
|
25. ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ ।
|
26. ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ଵୁରେ ଅବଶିଷ୍ଟସକଳ ଭସ୍ମ କରିବ ।
|