ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ବିଚାରକର୍ତାମାନଙ୍କ ବିବରଣ
1. ମାତ୍ର କିଛିଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି । ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ ।
2. ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତା; ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର ।
3. ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି ।
4. ତହୁଁ ଶାମ୍ଶୋନ୍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା ।
5. ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା କ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା ।
6. ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, ଏହା କିଏ କରିଅଛି? ତହିଁରେ ଲୋକମାନେ କହିଲେ, ତିମ୍ନୀୟର ଜୁଆଁଇ ଶାମ୍ଶୋନ୍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା । ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ ।
7. ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷା; ହେବି ।
8. ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଏଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା ।
9. ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ ।
10. ତହିଁରେ ଯିହୁଦାର ଲୋକମାନେ ପଚାରିଲେ, ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ? ସେମାନେ କହିଲେ, ଶାମ୍ଶୋନ୍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ ।
11. ଏଥିରେ ଯିହୁଦାର ତିନି ହଜାର ଲୋକ ଏଟମ୍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍ଶୋନ୍କୁ କହିଲେ, ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ? ପୁଣି ସେ ସେମାନଙ୍କୁ କହିଲା, ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି ।
12. ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟ-ମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ । ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର ।
13. ପୁଣି ସେମାନେ ତାହାକୁ କହିଲେ, ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ । ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ ।
14. ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ଵନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ତାହାକୁ ଆକ୍ରା; କଲେ, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା ।
15. ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ଵାରା ଏକ ହଜାର ଲୋକଙ୍କୁ ବଧ କଲା ।
16. ତହୁଁ ଶାମ୍ଶୋନ୍ କହିଲା:- ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା ।
17. ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍-ଲିହୀ (ଥୋମଣି-ଗିରି) ହେଲା ।
18. ଏ ଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ଵାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ସିନା ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି ।
19. ତହିଁରେ ପରମେଶ୍ଵର ଲିହୀସ୍ଥିତ ଏକ ଖୋଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା; ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ (ଡାକିଲା ଲୋକର ଝର) ଦେଲା, ତାହା ଅଦ୍ୟାପି ଲିହୀରେ ଅଛି ।
20. ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା ।

Notes

No Verse Added

Total 21 Chapters, Current Chapter 15 of Total Chapters 21
1 2 3 4 5 6
7 8 9 10 11 12 13 14 15 16 17 18 19 20 21
ବିଚାରକର୍ତାମାନଙ୍କ ବିବରଣ 15:9
1. ମାତ୍ର କିଛିଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ
2. ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତା; ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର
3. ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି
4. ତହୁଁ ଶାମ୍ଶୋନ୍ ଯାଇ ତିନି ଶହ ବିଲୁଆ ଧରି ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା
5. ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା କ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇବିଡ଼ା ବଢ଼ନ୍ତା ଶସ୍ୟ ଉଭୟ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା
6. ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, ଏହା କିଏ କରିଅଛି? ତହିଁରେ ଲୋକମାନେ କହିଲେ, ତିମ୍ନୀୟର ଜୁଆଁଇ ଶାମ୍ଶୋନ୍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ
7. ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ତହିଁ ଉତ୍ତାରେ କ୍ଷା; ହେବି
8. ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଏଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା
9. ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ
10. ତହିଁରେ ଯିହୁଦାର ଲୋକମାନେ ପଚାରିଲେ, ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ? ସେମାନେ କହିଲେ, ଶାମ୍ଶୋନ୍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ
11. ଏଥିରେ ଯିହୁଦାର ତିନି ହଜାର ଲୋକ ଏଟମ୍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍ଶୋନ୍କୁ କହିଲେ, ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି କି କର୍ମ କଲ? ପୁଣି ସେ ସେମାନଙ୍କୁ କହିଲା, ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି
12. ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟ-ମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ କରିବ ବୋଲି ଶପଥ କର
13. ପୁଣି ସେମାନେ ତାହାକୁ କହିଲେ, ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ
14. ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ଵନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ତାହାକୁ ଆକ୍ରା; କଲେ, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା
15. ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ତଦ୍ଦ୍ଵାରା ଏକ ହଜାର ଲୋକଙ୍କୁ ବଧ କଲା
16. ତହୁଁ ଶାମ୍ଶୋନ୍ କହିଲା:- ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା
17. ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍-ଲିହୀ (ଥୋମଣି-ଗିରି) ହେଲା
18. ଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ଵାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ସିନା ତୃଷ୍ଣାରେ ମରିବି ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି
19. ତହିଁରେ ପରମେଶ୍ଵର ଲିହୀସ୍ଥିତ ଏକ ଖୋଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା; ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ (ଡାକିଲା ଲୋକର ଝର) ଦେଲା, ତାହା ଅଦ୍ୟାପି ଲିହୀରେ ଅଛି
20. ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା
Total 21 Chapters, Current Chapter 15 of Total Chapters 21
1 2 3 4 5 6
7 8 9 10 11 12 13 14 15 16 17 18 19 20 21
×

Alert

×

oriya Letters Keypad References