1. ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନରୁ ବାହୁଡ଼ିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ଵାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ କର୍ତ୍ତୃକ ପରୀକ୍ଷିତ ହେଉଥିଲେ ।
|
3. ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରକୁ ରୋଟୀ ହେବା ପାଇଁ ଆଜ୍ଞା ଦିଅ ।
|
6. ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ଵର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ ।
|
8. ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ ।
|
9. ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;
|
13. ଶୟତାନ ସମସ୍ତ ପ୍ରକାର ପରୀକ୍ଷା ସମାପ୍ତ କଲା ଉତ୍ତାରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲା ।
|
14. ଏଥିଉତ୍ତାରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକି ବାହୁଡ଼ିଗଲେ, ଆଉ ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ତାହାଙ୍କର ଖ୍ୟାତି ବ୍ୟାପିଗଲା ।
|
16. ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।
|
17. ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
|
18. ପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ, ପୁଣି ଉପଦ୍ରବପ୍ରାପ୍ତ ଲୋକମାନଙ୍କୁ ମୁକ୍ତ କରିବାକୁ,
|
20. ପରେ ସେ ପୁସ୍ତକ ବନ୍ଦ କରି ପରିଚାରକକୁ ତାହା ଫେରାଇ ଦେଇ ଉପବେଶନ କଲେ, ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା ।
|
21. ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ସଫଳ ହେଲା ।
|
22. ଆଉ, ସମସ୍ତେ ତାହାଙ୍କ ସମ୍ଵନ୍ଧରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
|
23. ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ବୈଦ୍ୟ, ଆପେ ଆପଣାକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପୈତୃକ ନଗରରେ ମଧ୍ୟ କର ।
|
24. ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପୈତୃକ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ ।
|
25. କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ରୁଦ୍ଧ ହେବାରୁ ସମସ୍ତ ଦେଶରେ ମହା ଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
|
26. ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପ୍ରେରିତ ହେଲେ ।
|
27. ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠୀ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସୁରିଆଦେଶୀୟ ନାମାନ ଶୁଚି କରାଯାଇଥିଲେ ।
|
29. ପୁଣି ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରି ଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେଥିର ତୀଖସ୍ଥାନରୁ ତଳକୁ ପକାଇଦେବା ନିମନ୍ତେ ତାହାଙ୍କୁ ସେଠାକୁ ଘେନିଗଲେ;
|
31. ସେ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
|
34. ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି ।
|
35. ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା ।
|
36. ଏଥିରେ ସମସ୍ତେ ବିସ୍ମୟାନ୍ଵିତ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରି ଯାଆନ୍ତି ।
|
38. ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ଵର ହୋଇଥିଲା, ଆଉ ସେମାନେ ତାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ ।
|
39. ସେଥିରେ ସେ ତାଙ୍କ ପାଖରେ ଠିଆ ହୋଇ ଜ୍ଵରକୁ ଧମକ ଦେଲେ, ଆଉ ତାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ସେହିକ୍ଷଣି ଉଠି ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ ।
|
40. ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ ।
|
41. ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ଵରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରି-ଗଲେ । ଆଉ, ସେ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ ।
|
42. ପ୍ରଭାତ ହୁଅନ୍ତେ, ସେ ବାହାରି ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କର ଅନ୍ଵେଷଣ କରି କରି ତାହାଙ୍କ ନିକଟକୁ ଆସିଲେ, ପୁଣି ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।
|
43. କିନ୍ତୁ ସେ ସେମାନଙ୍କୁ କହିଲେ, ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ଵରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥି-ନିମନ୍ତେ ମୁଁ ପ୍ରେରିତ ହୋଇଅଛି ।
|