3. ଅତଏବ, ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ ।
|
4. ସେମାନେ ଗୁରୁ ଭାର ବନ୍ଧନ କରି ମନୁଷ୍ୟମାନଙ୍କ ସ୍କନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ ।
|
5. ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
|
8. କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି ତୁମ୍ଭେ ସମସ୍ତେ ଭାଇ ।
|
9. ଆଉ, ପୃଥିବୀରେ କାହାକୁ ହିଁ ପିତା ବୋଲି ସମ୍ଵୋଧନ କର ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ଵର୍ଗରେ ଅଛନ୍ତି ।
|
12. ଆଉ, ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେକେହି ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
|
13. କିନ୍ତୁ ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ଵର୍ଗରାଜ୍ୟ ରୁଦ୍ଧ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।
|
14. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତ୍ଵର ଦଣ୍ତ ପାଇବ ।
|
15. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ଵୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇଗୁଣ ନରକପାତ୍ର କରୁଥାଅ ।
|
16. ହାୟ, ଦଣ୍ତର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେକେହି ମନ୍ଦିରସ୍ଥ ସ୍ଵର୍ଣ୍ଣର ଶପଥ କରେ, ସେ ତଦ୍ଦ୍ଵାରା ଆବଦ୍ଧ ।
|
17. ରେ ମୂଢ଼ ଓ ଅନ୍ଧମାନେ, ସ୍ଵର୍ଣ୍ଣ କିମ୍ଵା ସେହି ସ୍ଵର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ?
|
18. ଆହୁରି କହୁଥାଅ, କେହି ଯଜ୍ଞବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେକେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ଦ୍ଵାରା ଆବଦ୍ଧ ।
|
19. ରେ ଅନ୍ଧମାନେ, ନୈବେଦ୍ୟ କିମ୍ଵା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ଯଜ୍ଞବେଦି, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ?
|
23. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ଵାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହିସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ ।
|
25. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
|
27. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଶୁକ୍ଳୀକୃତ ସମାଧି ସ୍ଵରୂପ । ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
|
28. ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ ।
|
29. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସୁଶୋଭିତ କରି କହୁଥାଅ,
|
30. ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ ।
|
31. ଏଣୁ ତୁମ୍ଭେମାନେ ଯେ ଭାବବାଦୀମାନଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ସମ୍ଵନ୍ଧରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ ।
|
34. ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହାକାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,
|
35. ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ଯଜ୍ଞବେଦିର ମଧ୍ୟସ୍ଥଳରେ ବଧ କଲ, ତାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହିସମସ୍ତ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ ।
|
37. ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀ-ମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।
|
39. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।
|