2. ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ ।
|
7. ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ଘେନି ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ ।
|
10. ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ? ସେ ତ ମୋʼ ପ୍ରତି ଉତ୍ତମ କର୍ମ କରିଅଛି ।
|
13. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ ।
|
15. ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି । ସେଥିରେ ସେମାନେ ତାହାକୁ ତିରିଶଗୋଟି ରୌପ୍ୟମୁଦ୍ରା ତୌଲି କରି ଦେଲେ ।
|
17. ପରେ ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
|
18. ଯୀଶୁ କହିଲେ, ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି ।
|
21. ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବ ।
|
24. ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ଵାରା ମନୁଷ୍ୟପୁତ୍ର ଶତ୍ରୁହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ତର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
|
25. ଏଥିରେ ଯେଉଁ ଯିହୁଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ଯୀଶୁ ତାହାକୁ କହିଲେ, ତୁମ୍ଭେ କହିଅଛ ।
|
26. ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର⇧।
|
29. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ ।
|
31. ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ,⇧।
|
33. କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ ।
|
34. ଯୀଶୁ ତାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ ।
|
35. ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ଵୀକାର କରିବି ନାହିଁ । ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ ।
|
36. ଏଥିଉତ୍ତାରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ ।
|
38. ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋʼ ସାଙ୍ଗରେ ଜାଗିଥାଅ ।
|
39. ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇ ପାରେ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ।
|
40. ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ତୁମ୍ଭେମାନେ କି ମୋʼ ସାଙ୍ଗରେ ଦଣ୍ତେ ହେଲେ ଜାଗି ପାରିଲ ନାହିଁ?
|
42. ପୁନର୍ବାର ସେ ଦ୍ଵିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋʼଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ ।
|
45. ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପକ୍ଷଣ ଶୟନ କରି ବିଶ୍ରାମ କର, ଦେଖ,ସେହି ସମୟ ସନ୍ନିକଟ ହେଲାଣି, ପୁଣି ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି ।
|
47. ସେ କଥା କହୁଥିବା ସମୟରେ, ଦେଖ, ଦ୍ଵାଦଶଙ୍କ ମଧ୍ୟରୁ ଯିହୁଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନ-ବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍ଗ ଓ ଯଷ୍ଟି ଧରି ଆସିଲେ ।
|
48. ଆଉ, ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ଵନ କରିବି, ସେ ସେହି, ତାହାଙ୍କୁ ଧରିବ ।
|
50. କିନ୍ତୁ ଯୀଶୁ ତାହାକୁ କହିଲେ, ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର । ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ ।
|
51. ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ତା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ ।
|
52. ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁନର୍ବାର ସ୍ଵସ୍ଥାନରେ ରଖ, କାରଣ ଯେଉଁମାନେ ଖଡ଼୍ଗ ଧାରଣ କରନ୍ତି, ସେସମସ୍ତେ ଖଡ଼୍ଗ ଦ୍ଵାରା ବିନଷ୍ଟ ହେବେ ।
|
53. ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋʼ ନିମନ୍ତେ ଦ୍ଵାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?
|
55. ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
|
56. ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି । ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ ।
|
57. ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ଘେନିଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ ।
|
58. କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ ।
|
59. ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଅନ୍ଵେଷଣ କରିବାକୁ ଲାଗିଲେ,
|
62. ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କଅଣ?
|
63. କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ?
|
64. ଯୀଶୁ ତାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି, ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
|
65. ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ଵରନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ଵରନିନ୍ଦା ଶୁଣିଲେ,
|
67. ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,
|
69. ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ ।
|
71. ପୁଣି, ସେ ଦାଣ୍ତଦ୍ଵାରକୁ ବାହାରିଯାଆନ୍ତେ ଆଉ ଜଣେ ଦାସୀ ତାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା ।
|
73. ଅଳ୍ପକ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ ବୋଲିରୁ ତ ତାହା ଜଣା ପଡ଼ୁଅଛି ।
|
74. ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ । ସେହିକ୍ଷଣି କୁକୁଡ଼ା ଡାକିଲା ।
|
75. ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟ; ବ୍ୟାକୁଳ ହୋଇ ରୋଦନ କଲେ ।
|