ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ପ୍ରଶଂସାପାତ୍ର ପରମେଶ୍ଵର, ନୀରବ ହୁଅ ନାହିଁ;
2. କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି । ସେମାନେ ମିଥ୍ୟାବାଦୀ ଜିହ୍ଵାରେ ମୋʼ ସଙ୍ଗେ କଥା କହିଅଛନ୍ତି ।
3. ଆହୁରି, ସେମାନେ ଦ୍ଵେଷବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି ।
4. ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ ।
5. ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି ।
6. ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ଵରେ ଠିଆ ହେଉ ।
7. ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ ।
8. ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ ।
9. ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ଓ ତାହାର ଭାର୍ଯ୍ୟା ବିଧବା ହେଉ ।
10. ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ଵେଷଣ କରନ୍ତୁ ।
11. ମହାଜନ ତାହାର ସର୍ବସ୍ଵ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ ।
12. ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ ।
13. ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ସେମାନଙ୍କ ନାମ ଲୁପ୍ତ ହେଉ ।
14. ତାହାର ପିତୃଲୋକଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ ।
15. ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ ।
16. ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ । ମାତ୍ର ଦୁଃଖୀ ଓ ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା ।
17. ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା ।
18. ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା ।
19. ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ ।
20. ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ ।
21. ମାତ୍ର ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର ।
22. କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି ।
23. ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି ।
24. ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ ।
25. ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ତ ହଲାନ୍ତି ।
26. ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର ।
27. ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ ।
28. ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ ।
29. ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ଵିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ ।
30. ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକାରଣ୍ୟ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି ।
31. କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ ।

Notes

No Verse Added

Total 150 Chapters, Current Chapter 109 of Total Chapters 150
ଗୀତସଂହିତା 109
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ହେ ମୋହର ପ୍ରଶଂସାପାତ୍ର ପରମେଶ୍ଵର, ନୀରବ ହୁଅ ନାହିଁ;
2. କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି ସେମାନେ ମିଥ୍ୟାବାଦୀ ଜିହ୍ଵାରେ ମୋʼ ସଙ୍ଗେ କଥା କହିଅଛନ୍ତି
3. ଆହୁରି, ସେମାନେ ଦ୍ଵେଷବାକ୍ୟରେ ମୋତେ ଘେରିଅଛନ୍ତି ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି
4. ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ
5. ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି
6. ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ଵରେ ଠିଆ ହେଉ
7. ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ
8. ତାହାର ଆୟୁ ଅଳ୍ପ ହେଉ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ
9. ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ତାହାର ଭାର୍ଯ୍ୟା ବିଧବା ହେଉ
10. ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ଵେଷଣ କରନ୍ତୁ
11. ମହାଜନ ତାହାର ସର୍ବସ୍ଵ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ
12. ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ରହୁ
13. ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ସେମାନଙ୍କ ନାମ ଲୁପ୍ତ ହେଉ
14. ତାହାର ପିତୃଲୋକଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ତାହାର ମାତାର ପାପ ଲୁପ୍ତ ହେଉ
15. ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ
16. ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ ମାତ୍ର ଦୁଃଖୀ ଦୀନହୀନ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା
17. ଆହୁରି, ସେ ଅଭିଶାପ ଭଲ ପାଇଲା ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା
18. ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି ତାହା ଜଳ ପରି ତାହାର ଅନ୍ତରରେ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା
19. ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ତାହାର ନିତ୍ୟ କଟିବନ୍ଧନ ପରି ହେଉ
20. ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ
21. ମାତ୍ର ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର
22. କାରଣ ମୁଁ ଦୁଃଖୀ ଦୀନହୀନ ଅଟେ, ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି
23. ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି
24. ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ
25. ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ତ ହଲାନ୍ତି
26. ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର
27. ତହିଁରେ ଏହି ତୁମ୍ଭର ହସ୍ତ ବୋଲି ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ
28. ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ
29. ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ଵିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ
30. ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକାରଣ୍ୟ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି
31. କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ
Total 150 Chapters, Current Chapter 109 of Total Chapters 150
×

Alert

×

oriya Letters Keypad References