ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ!
2. ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ ।
3. ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ?
5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ ।
6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7. ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8. ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ ।
9. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ ।

Notes

No Verse Added

Total 150 Chapters, Current Chapter 8 of Total Chapters 150
ଗୀତସଂହିତା 8:14
1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ!
2. ତୁମ୍ଭେ ଶତ୍ରୁ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ
3. ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ?
5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ
6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7. ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8. ଆକାଶର ପକ୍ଷୀଗଣ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ
9. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ
Total 150 Chapters, Current Chapter 8 of Total Chapters 150
×

Alert

×

oriya Letters Keypad References