1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ ।
|
4. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର ।
|
6. ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?
|
8. ସଦାପ୍ରଭୁ ପରମେଶ୍ଵର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ ।
|
9. ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି ।
|