ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
2. ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ଵହସ୍ତର ଦୌରାତ୍ମ୍ୟ ତୌଲୁଅଛ ।
3. ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି ।
4. ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
5. ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ଵର ଶୁଣେ ନାହିଁ ।
6. ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ ।
7. ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ ।
8. ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ ।
9. ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ ।
10. ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ ।
11. ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 58 / 150
ଗୀତସଂହିତା 58:1
1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ? 2 ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ଵହସ୍ତର ଦୌରାତ୍ମ୍ୟ ତୌଲୁଅଛ । 3 ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି । 4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; 5 ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ଵର ଶୁଣେ ନାହିଁ । 6 ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ । 7 ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ । 8 ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ । 9 ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ । 10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ । 11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 58 / 150
Common Bible Languages
West Indian Languages
×

Alert

×

oriya Letters Keypad References