ଆଦି ପୁସ୍ତକ 13 : 1 (ORV)
ଅନନ୍ତର ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ ।
ଆଦି ପୁସ୍ତକ 13 : 2 (ORV)
ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ୍ ଥିଲେ ।
ଆଦି ପୁସ୍ତକ 13 : 3 (ORV)
ପୁଣି ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବୈଥେଲ ଆଡ଼କୁ ଯାଉ ଯାଉ ବୈଥେଲ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ଵୁ ସ୍ଥାପିତ ହୋଇଥିଲା,
ଆଦି ପୁସ୍ତକ 13 : 4 (ORV)
ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦୀ ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ ।
ଆଦି ପୁସ୍ତକ 13 : 5 (ORV)
ପୁଣି ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ଵୁ ଥିଲା ।
ଆଦି ପୁସ୍ତକ 13 : 6 (ORV)
ଏନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ ।
ଆଦି ପୁସ୍ତକ 13 : 7 (ORV)
ପୁଣି ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା । ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ ।
ଆଦି ପୁସ୍ତକ 13 : 8 (ORV)
ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ ।
ଆଦି ପୁସ୍ତକ 13 : 9 (ORV)
ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଦକ୍ଷିଣକୁ ଯାଏ; ନୋହିଲେ ତୁମ୍ଭେ ଦକ୍ଷିଣକୁ ଯାଅ, ମୁଁ ବାମକୁ ଯାଏ ।
ଆଦି ପୁସ୍ତକ 13 : 10 (ORV)
ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ଵାରା ବିନଷ୍ଟ ହୋଇ ନ ଥିଲା ।
ଆଦି ପୁସ୍ତକ 13 : 11 (ORV)
ଏଣୁକରି ଲୋଟ ଆପଣା ପାଇଁ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ ।
ଆଦି ପୁସ୍ତକ 13 : 12 (ORV)
ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ଵୁ ସ୍ଥାପନ କରିବାକୁ ଲାଗିଲେ ।
ଆଦି ପୁସ୍ତକ 13 : 13 (ORV)
ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ ।
ଆଦି ପୁସ୍ତକ 13 : 14 (ORV)
ଅନନ୍ତର ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
ଆଦି ପୁସ୍ତକ 13 : 15 (ORV)
କାରଣ ଏହି ଯେ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା ।
ଆଦି ପୁସ୍ତକ 13 : 16 (ORV)
ପୁଣି ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯେବେ ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ ।
ଆଦି ପୁସ୍ତକ 13 : 17 (ORV)
ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା ।
ଆଦି ପୁସ୍ତକ 13 : 18 (ORV)
ସେତେବେଳେ ଅବ୍ରାମ ତମ୍ଵୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: