ଆଦି ପୁସ୍ତକ 40 : 1 (ORV)
ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ ।
ଆଦି ପୁସ୍ତକ 40 : 2 (ORV)
ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,
ଆଦି ପୁସ୍ତକ 40 : 3 (ORV)
ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀ ଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ ।
ଆଦି ପୁସ୍ତକ 40 : 4 (ORV)
ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ଵାବଧାରଣ କରିବାକୁ ଲାଗିଲେ । ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ ।
ଆଦି ପୁସ୍ତକ 40 : 5 (ORV)
ଅନନ୍ତର ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ଵପ୍ନ ଦେଖିଲେ ।
ଆଦି ପୁସ୍ତକ 40 : 6 (ORV)
ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ ।
ଆଦି ପୁସ୍ତକ 40 : 7 (ORV)
ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି?
ଆଦି ପୁସ୍ତକ 40 : 8 (ORV)
ସେମାନେ କହିଲେ, ଆମ୍ଭେମାନେ ସ୍ଵପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ । ତେବେ ଯୋଷେଫ ସେମାନଙ୍କୁ କହିଲେ, ଅର୍ଥଜ୍ଞାନ କି ପରମେଶ୍ଵରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ଵପ୍ନ ମୋତେ କୁହ ।
ଆଦି ପୁସ୍ତକ 40 : 9 (ORV)
ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ଵପ୍ନ କଥା ପ୍ରକାଶ କରି କହିଲା, ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା,
ଆଦି ପୁସ୍ତକ 40 : 10 (ORV)
ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ତାରେ ଫଳ ହୋଇ ପାଚିଲା ।
ଆଦି ପୁସ୍ତକ 40 : 11 (ORV)
ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି ।
ଆଦି ପୁସ୍ତକ 40 : 12 (ORV)
ତହିଁରେ ଯୋଷେଫ ତାହାକୁ କହିଲେ, ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ ।
ଆଦି ପୁସ୍ତକ 40 : 13 (ORV)
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ ।
ଆଦି ପୁସ୍ତକ 40 : 14 (ORV)
ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ ।
ଆଦି ପୁସ୍ତକ 40 : 15 (ORV)
କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତା; ଚୋରି କରି ଆଣିଅଛନ୍ତି; ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି ।
ଆଦି ପୁସ୍ତକ 40 : 16 (ORV)
ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, ମୁଁ ମଧ୍ୟ ସ୍ଵପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା ।
ଆଦି ପୁସ୍ତକ 40 : 17 (ORV)
ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ଵାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ ।
ଆଦି ପୁସ୍ତକ 40 : 18 (ORV)
ସେତେବେଳେ ଯୋଷେଫ ଉତ୍ତର କଲେ, ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ ।
ଆଦି ପୁସ୍ତକ 40 : 19 (ORV)
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଗାତ୍ରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ ।
ଆଦି ପୁସ୍ତକ 40 : 20 (ORV)
ଅନନ୍ତର ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ । ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ ।
ଆଦି ପୁସ୍ତକ 40 : 21 (ORV)
ପୁଣି ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ରବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା ।
ଆଦି ପୁସ୍ତକ 40 : 22 (ORV)
ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;
ଆଦି ପୁସ୍ତକ 40 : 23 (ORV)
ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ପକାଇଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: