ଆଦି ପୁସ୍ତକ 44 : 1 (ORV)
ଅନନ୍ତର ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ ।
ଆଦି ପୁସ୍ତକ 44 : 2 (ORV)
ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ । ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା ।
ଆଦି ପୁସ୍ତକ 44 : 3 (ORV)
ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ ।
ଆଦି ପୁସ୍ତକ 44 : 4 (ORV)
ପୁଣି ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ?
ଆଦି ପୁସ୍ତକ 44 : 5 (ORV)
ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ଵାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ଵାରା ତୁମ୍ଭେମାନେ ଦୋଷ କରିଅଛ ।
ଆଦି ପୁସ୍ତକ 44 : 6 (ORV)
ଅନନ୍ତର ସେ ସେମାନଙ୍କ ସଙ୍ଗ ଧରି ଏହି ସବୁ କଥା କହିଲା ।
ଆଦି ପୁସ୍ତକ 44 : 7 (ORV)
ତହିଁରେ ସେମାନେ କହିଲେ, ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ ।
ଆଦି ପୁସ୍ତକ 44 : 8 (ORV)
ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିରୂପେ ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?
ଆଦି ପୁସ୍ତକ 44 : 9 (ORV)
ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ ।
ଆଦି ପୁସ୍ତକ 44 : 10 (ORV)
ତହିଁରେ ସେ କହିଲା, ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ ।
ଆଦି ପୁସ୍ତକ 44 : 11 (ORV)
ତହୁଁ ସେମାନେ ସେହିକ୍ଷଣି ଭୂମିରେ ଆପଣା ଆପଣା ପଟ ଉତ୍ତାରି ପ୍ରତ୍ୟେକେ ଆପଣା ଆପଣା ପଟ ଫିଟାଇବାକୁ ଲାଗିଲେ ।
ଆଦି ପୁସ୍ତକ 44 : 12 (ORV)
ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମିନର ପଟରୁ ସେହି ତାଟିଆ ମିଳିଲା ।
ଆଦି ପୁସ୍ତକ 44 : 13 (ORV)
ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରି ଗଲେ ।
ଆଦି ପୁସ୍ତକ 44 : 14 (ORV)
ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେ ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ ।
ଆଦି ପୁସ୍ତକ 44 : 15 (ORV)
ତେବେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରା ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?
ଆଦି ପୁସ୍ତକ 44 : 16 (ORV)
ତହିଁରେ ଯିହୁଦା କହିଲା, ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିରୂପେ ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ଵର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ସମସ୍ତେ ହିଁ ପ୍ରଭୁଙ୍କର ଦାସ ହେଲୁ ।
ଆଦି ପୁସ୍ତକ 44 : 17 (ORV)
ତହିଁରେ ଯୋଷେଫ କହିଲେ, ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲି ଯାଅ ।
ଆଦି ପୁସ୍ତକ 44 : 18 (ORV)
ତହିଁରେ ଯିହୁଦା ନିକଟକୁ ଯାଇ କହିଲା, ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଵଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି ।
ଆଦି ପୁସ୍ତକ 44 : 19 (ORV)
ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି?
ଆଦି ପୁସ୍ତକ 44 : 20 (ORV)
ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି ।
ଆଦି ପୁସ୍ତକ 44 : 21 (ORV)
ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ଵଚକ୍ଷୁରେ ଦେଖିବା ।
ଆଦି ପୁସ୍ତକ 44 : 22 (ORV)
ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ ।
ଆଦି ପୁସ୍ତକ 44 : 23 (ORV)
ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ ।
ଆଦି ପୁସ୍ତକ 44 : 24 (ORV)
ଅନନ୍ତର ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହି ସବୁ କଥା କହିଲୁ ।
ଆଦି ପୁସ୍ତକ 44 : 25 (ORV)
ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ ।
ଆଦି ପୁସ୍ତକ 44 : 26 (ORV)
ତହିଁରେ ଆମ୍ଭେମାନେ କହିଲୁ, ଯାଇ ପାରିବୁ ନାହିଁ; ଯେବେ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ ।
ଆଦି ପୁସ୍ତକ 44 : 27 (ORV)
ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁକହିଲେ, ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ ।
ଆଦି ପୁସ୍ତକ 44 : 28 (ORV)
ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ତ ଖଣ୍ତ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ ।
ଆଦି ପୁସ୍ତକ 44 : 29 (ORV)
ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯେବେ ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ଵକେଶରେ ପାତାଳକୁ ପଠାଇବ ।
ଆଦି ପୁସ୍ତକ 44 : 30 (ORV)
ଏହେତୁ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯେବେ ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍କ୍ଷଣାତ୍ ମରିଯିବେ ।
ଆଦି ପୁସ୍ତକ 44 : 31 (ORV)
କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ । ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ଵକେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ ।
ଆଦି ପୁସ୍ତକ 44 : 32 (ORV)
ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ମୁଁ ଯେବେ ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି ।
ଆଦି ପୁସ୍ତକ 44 : 33 (ORV)
ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇ ଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ ।
ଆଦି ପୁସ୍ତକ 44 : 34 (ORV)
କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34

BG:

Opacity:

Color:


Size:


Font: