ଆଦି ପୁସ୍ତକ 48 : 1 (ORV)
ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ଵାଦ ଦେଇ କହିଲା; ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି; ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ ।
ଆଦି ପୁସ୍ତକ 48 : 2 (ORV)
ସେତେବେଳେ କେହି ଯାକୁବଙ୍କୁ କହିଲା, ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି; ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ ।
ଆଦି ପୁସ୍ତକ 48 : 3 (ORV)
ଅନନ୍ତର ଯାକୁବ ଯୋଷେଫଙ୍କୁ କହିଲେ, କିଣାନ ଦେଶରେ ଲୁସ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ଵର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,
ଆଦି ପୁସ୍ତକ 48 : 4 (ORV)
ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବ; ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା ।
ଆଦି ପୁସ୍ତକ 48 : 5 (ORV)
ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ୍ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ ।
ଆଦି ପୁସ୍ତକ 48 : 6 (ORV)
ପୁଣି ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଅଧିକାରରେ ବିଖ୍ୟାତ ହେବେ ।
ଆଦି ପୁସ୍ତକ 48 : 7 (ORV)
ପଦ୍ଦନ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥ୍ଲିହିମ୍ର ପଥପାର୍ଶ୍ଵରେ ତାକୁ କବର ଦେଲି ।
ଆଦି ପୁସ୍ତକ 48 : 8 (ORV)
ଅନନ୍ତର ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, ଏମାନେ କିଏ?
ଆଦି ପୁସ୍ତକ 48 : 9 (ORV)
ତହିଁରେ ଯୋଷେଫ ପିତାଙ୍କୁ କହିଲେ, ଏମାନେ ମୋହର ପୁତ୍ର, ପରମେଶ୍ଵର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି । ତେବେ ଇସ୍ରାଏଲ କହିଲେ, ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି ।
ଆଦି ପୁସ୍ତକ 48 : 10 (ORV)
ସେ ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ପ୍ରଯୁକ୍ତ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟ ରୂପେ ଦେଖି ପାରିଲେ ନାହିଁ । ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ଵନ ଓ ଆଲିଙ୍ଗନ କଲେ ।
ଆଦି ପୁସ୍ତକ 48 : 11 (ORV)
ପୁଣି ଇସ୍ରାଏଲ ଯୋଷେଫଙ୍କୁ କହିଲେ, ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ଵର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ ।
ଆଦି ପୁସ୍ତକ 48 : 12 (ORV)
ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ ।
ଆଦି ପୁସ୍ତକ 48 : 13 (ORV)
ଅନନ୍ତର ଯୋଷେଫ ସେ ଦୁହିଁଙ୍କି ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ଭାଗରେ ଓ ବାମ ହସ୍ତରେ ମନଃଶିକି ଧରି ଇସ୍ରାଏଲଙ୍କ ଦକ୍ଷିଣ ଭାଗରେ ଉପସ୍ଥିତ କରାଇଲେ ।
ଆଦି ପୁସ୍ତକ 48 : 14 (ORV)
ତହିଁରେ ଇସ୍ରାଏଲ ଆପଣା ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା ।
ଆଦି ପୁସ୍ତକ 48 : 15 (ORV)
ଅନନ୍ତର ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, ଯେଉଁ ପରମେଶ୍ଵରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ଵର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
ଆଦି ପୁସ୍ତକ 48 : 16 (ORV)
ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକାରଣ୍ୟ ହେଉନ୍ତୁ ।
ଆଦି ପୁସ୍ତକ 48 : 17 (ORV)
ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,
ଆଦି ପୁସ୍ତକ 48 : 18 (ORV)
ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ ।
ଆଦି ପୁସ୍ତକ 48 : 19 (ORV)
ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ ।
ଆଦି ପୁସ୍ତକ 48 : 20 (ORV)
ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ଵର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ । ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ ।
ଆଦି ପୁସ୍ତକ 48 : 21 (ORV)
ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ଵର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ ।
ଆଦି ପୁସ୍ତକ 48 : 22 (ORV)
ମୁଁ ଆପଣା ଖଡ଼୍‍ଗ ଓ ଧନୁଦ୍ଵାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: