ଆଦି ପୁସ୍ତକ 49 : 1 (ORV)
ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି ।
ଆଦି ପୁସ୍ତକ 49 : 2 (ORV)
ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ ।
ଆଦି ପୁସ୍ତକ 49 : 3 (ORV)
ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ ।
ଆଦି ପୁସ୍ତକ 49 : 4 (ORV)
ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା ।
ଆଦି ପୁସ୍ତକ 49 : 5 (ORV)
ଶିମୀୟୋନ୍ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ଼୍‍ଗ ଦୌରାତ୍ମ୍ୟର ଅସ୍ତ୍ର ।
ଆଦି ପୁସ୍ତକ 49 : 6 (ORV)
ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ଵେଚ୍ଛାଚାରିତାରେ ରାଜହତ୍ୟା କଲେ ।
ଆଦି ପୁସ୍ତକ 49 : 7 (ORV)
ସେମାନଙ୍କ କ୍ରୋଧ, ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ତ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି ।
ଆଦି ପୁସ୍ତକ 49 : 8 (ORV)
ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବୋ ।
ଆଦି ପୁସ୍ତକ 49 : 9 (ORV)
ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
ଆଦି ପୁସ୍ତକ 49 : 10 (ORV)
ଶୀଲୋର (ଶାନ୍ତିକର୍ତ୍ତାଙ୍କର) ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ତ ଓ ତାହାର ଚରଣଦ୍ଵୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ଵୀକାର କରିବେ ।
ଆଦି ପୁସ୍ତକ 49 : 11 (ORV)
ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରକ୍ତରେ ଆପଣା ପରିଧେୟ ବସ୍ତ୍ର ଧୋଇବ ।
ଆଦି ପୁସ୍ତକ 49 : 12 (ORV)
ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦ; ଶ୍ଵେତବର୍ଣ୍ଣ ହେବ ।
ଆଦି ପୁସ୍ତକ 49 : 13 (ORV)
ସବୂଲୂନ୍ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି ସୀଦୋନ୍ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ ।
ଆଦି ପୁସ୍ତକ 49 : 14 (ORV)
ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେନ୍ତ
ଆଦି ପୁସ୍ତକ 49 : 15 (ORV)
ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା ।
ଆଦି ପୁସ୍ତକ 49 : 16 (ORV)
ଦାନ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ ।
ଆଦି ପୁସ୍ତକ 49 : 17 (ORV)
ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ ।
ଆଦି ପୁସ୍ତକ 49 : 18 (ORV)
ହେ ସଦାପ୍ରଭୋ, ମୁଁ ତୁମ୍ଭ ଦ୍ଵାରା ପରିତ୍ରାଣର ଅପେକ୍ଷାରେ ଅଛି ।
ଆଦି ପୁସ୍ତକ 49 : 19 (ORV)
ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ ।
ଆଦି ପୁସ୍ତକ 49 : 20 (ORV)
ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ ।
ଆଦି ପୁସ୍ତକ 49 : 21 (ORV)
ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ଵରୂପ, ସେ ମନୋହର ବାକ୍ୟ କହିବ ।
ଆଦି ପୁସ୍ତକ 49 : 22 (ORV)
ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ଵରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ ।
ଆଦି ପୁସ୍ତକ 49 : 23 (ORV)
ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,
ଆଦି ପୁସ୍ତକ 49 : 24 (ORV)
ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
ଆଦି ପୁସ୍ତକ 49 : 25 (ORV)
ଅର୍ଥାତ୍, ପୈତୃକ ପରମେଶ୍ଵର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,, ତାହାଙ୍କ ଦ୍ଵାରା ତାହାର ହସ୍ତର ବାହୁ ବଳବାନ ହେଲା ।
ଆଦି ପୁସ୍ତକ 49 : 26 (ORV)
ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ ।
ଆଦି ପୁସ୍ତକ 49 : 27 (ORV)
ବିନ୍ୟାମିନ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ ।
ଆଦି ପୁସ୍ତକ 49 : 28 (ORV)
ଏମାନେ ଇସ୍ରାଏଲଙ୍କର ଦ୍ଵାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ ।
ଆଦି ପୁସ୍ତକ 49 : 29 (ORV)
ଅନନ୍ତର ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ ।
ଆଦି ପୁସ୍ତକ 49 : 30 (ORV)
ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ହେବ ।
ଆଦି ପୁସ୍ତକ 49 : 31 (ORV)
ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି ସେହି ସ୍ଥାନରେ ଇସ୍‍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;
ଆଦି ପୁସ୍ତକ 49 : 32 (ORV)
ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହେତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି ।
ଆଦି ପୁସ୍ତକ 49 : 33 (ORV)
ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: