ଆଦି ପୁସ୍ତକ 5 : 1 (ORV)
ଆଦମଙ୍କର ବଂଶାବଳୀର ବୃତ୍ତା; ଏହି । ଯେଉଁ ଦିନ ପରମେଶ୍ଵର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ଵରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
ଆଦି ପୁସ୍ତକ 5 : 2 (ORV)
ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ ।
ଆଦି ପୁସ୍ତକ 5 : 3 (ORV)
ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ ।
ଆଦି ପୁସ୍ତକ 5 : 4 (ORV)
ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ ।
ଆଦି ପୁସ୍ତକ 5 : 5 (ORV)
ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ ।
ଆଦି ପୁସ୍ତକ 5 : 6 (ORV)
ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
ଆଦି ପୁସ୍ତକ 5 : 7 (ORV)
ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା ।
ଆଦି ପୁସ୍ତକ 5 : 8 (ORV)
ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା ।
ଆଦି ପୁସ୍ତକ 5 : 9 (ORV)
ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
ଆଦି ପୁସ୍ତକ 5 : 10 (ORV)
ପୁଣି କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
ଆଦି ପୁସ୍ତକ 5 : 11 (ORV)
ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା ।
ଆଦି ପୁସ୍ତକ 5 : 12 (ORV)
କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
ଆଦି ପୁସ୍ତକ 5 : 13 (ORV)
ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
ଆଦି ପୁସ୍ତକ 5 : 14 (ORV)
ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା ।
ଆଦି ପୁସ୍ତକ 5 : 15 (ORV)
ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
ଆଦି ପୁସ୍ତକ 5 : 16 (ORV)
ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
ଆଦି ପୁସ୍ତକ 5 : 17 (ORV)
ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା ।
ଆଦି ପୁସ୍ତକ 5 : 18 (ORV)
ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
ଆଦି ପୁସ୍ତକ 5 : 19 (ORV)
ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
ଆଦି ପୁସ୍ତକ 5 : 20 (ORV)
ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା ।
ଆଦି ପୁସ୍ତକ 5 : 21 (ORV)
ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
ଆଦି ପୁସ୍ତକ 5 : 22 (ORV)
ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ, ପୁଣି ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
ଆଦି ପୁସ୍ତକ 5 : 23 (ORV)
ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;
ଆଦି ପୁସ୍ତକ 5 : 24 (ORV)
ହନୋକ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ଵର ତାଙ୍କୁ ଗ୍ରହଣ କଲେ ।
ଆଦି ପୁସ୍ତକ 5 : 25 (ORV)
ମଥୂଶେଲହ ଶହେ ଶତାଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
ଆଦି ପୁସ୍ତକ 5 : 26 (ORV)
ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
ଆଦି ପୁସ୍ତକ 5 : 27 (ORV)
ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା ।
ଆଦି ପୁସ୍ତକ 5 : 28 (ORV)
ଲେମକ ଶହେ ବୟାଶୀ ବର୍ଷ ବୟସରେଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ଵନା) ଦେଲେ,
ଆଦି ପୁସ୍ତକ 5 : 29 (ORV)
ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ଵାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ଵନା ଜନ୍ମାଇବ ।
ଆଦି ପୁସ୍ତକ 5 : 30 (ORV)
ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
ଆଦି ପୁସ୍ତକ 5 : 31 (ORV)
ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ ।
ଆଦି ପୁସ୍ତକ 5 : 32 (ORV)
ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32

BG:

Opacity:

Color:


Size:


Font: