ଆଦି ପୁସ୍ତକ 50 : 1 (ORV)
ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ଵନ କଲେ ।
ଆଦି ପୁସ୍ତକ 50 : 2 (ORV)
ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ ।
ଆଦି ପୁସ୍ତକ 50 : 3 (ORV)
ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ ।
ଆଦି ପୁସ୍ତକ 50 : 4 (ORV)
ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, ଯେବେ ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,
ଆଦି ପୁସ୍ତକ 50 : 5 (ORV)
ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ । ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି ।
ଆଦି ପୁସ୍ତକ 50 : 6 (ORV)
ତହିଁରେ ଫାରୋ କହିଲେ, ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ ।
ଆଦି ପୁସ୍ତକ 50 : 7 (ORV)
ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
ଆଦି ପୁସ୍ତକ 50 : 8 (ORV)
ପୁଣି ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ ।
ଆଦି ପୁସ୍ତକ 50 : 9 (ORV)
ତାଙ୍କ ସଙ୍ଗରେ ରଥ ଓ ଅଶ୍ଵାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା ।
ଆଦି ପୁସ୍ତକ 50 : 10 (ORV)
ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ ।
ଆଦି ପୁସ୍ତକ 50 : 11 (ORV)
ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା ।
ଆଦି ପୁସ୍ତକ 50 : 12 (ORV)
ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;
ଆଦି ପୁସ୍ତକ 50 : 13 (ORV)
ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହେତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ଵାରା କ୍ରୀତ ହୋଇଥିଲା ।
ଆଦି ପୁସ୍ତକ 50 : 14 (ORV)
ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ ।
ଆଦି ପୁସ୍ତକ 50 : 15 (ORV)
ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ ।
ଆଦି ପୁସ୍ତକ 50 : 16 (ORV)
ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, ତୁମ୍ଭ ପିତା ମୃତ୍ୟୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ଯୋଷେଫକୁ ଏହି କଥା କହିବ,
ଆଦି ପୁସ୍ତକ 50 : 17 (ORV)
ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ଵରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର । ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ ।
ଆଦି ପୁସ୍ତକ 50 : 18 (ORV)
ଅନନ୍ତର ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଦାସ ।
ଆଦି ପୁସ୍ତକ 50 : 19 (ORV)
ତହିଁରେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି?
ଆଦି ପୁସ୍ତକ 50 : 20 (ORV)
ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ଵର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା ।
ଆଦି ପୁସ୍ତକ 50 : 21 (ORV)
ଏଣୁକରି ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି । ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ଵନା ଦେଲେ ।
ଆଦି ପୁସ୍ତକ 50 : 22 (ORV)
ଅନନ୍ତର ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ ।
ଆଦି ପୁସ୍ତକ 50 : 23 (ORV)
ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ ।
ଆଦି ପୁସ୍ତକ 50 : 24 (ORV)
ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ ।
ଆଦି ପୁସ୍ତକ 50 : 25 (ORV)
ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ ।
ଆଦି ପୁସ୍ତକ 50 : 26 (ORV)
ଏହି ପ୍ରକାରେଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: