ଆଦି ପୁସ୍ତକ 7 : 1 (ORV)
ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ ।
ଆଦି ପୁସ୍ତକ 7 : 2 (ORV)
ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
ଆଦି ପୁସ୍ତକ 7 : 3 (ORV)
ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ ।
ଆଦି ପୁସ୍ତକ 7 : 4 (ORV)
ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀଙ୍କି ଲୁପ୍ତ କରିବା ।
ଆଦି ପୁସ୍ତକ 7 : 5 (ORV)
ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ ।
ଆଦି ପୁସ୍ତକ 7 : 6 (ORV)
ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା ।
ଆଦି ପୁସ୍ତକ 7 : 7 (ORV)
ତହୁଁ ଜଳପ୍ଳାବନ ଅପେକ୍ଷାରେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ ।
ଆଦି ପୁସ୍ତକ 7 : 8 (ORV)
ପୁଣି ନୋହଙ୍କ ପ୍ରତି ପରମେଶ୍ଵରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
ଆଦି ପୁସ୍ତକ 7 : 9 (ORV)
ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ ।
ଆଦି ପୁସ୍ତକ 7 : 10 (ORV)
ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା ।
ଆଦି ପୁସ୍ତକ 7 : 11 (ORV)
ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା ।
ଆଦି ପୁସ୍ତକ 7 : 12 (ORV)
ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା ।
ଆଦି ପୁସ୍ତକ 7 : 13 (ORV)
ସେହି ଦିନରେ ନୋହ, ପୁଣି ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ ।
ଆଦି ପୁସ୍ତକ 7 : 14 (ORV)
ପୁଣି ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
ଆଦି ପୁସ୍ତକ 7 : 15 (ORV)
ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ ।
ଆଦି ପୁସ୍ତକ 7 : 16 (ORV)
ପରମେଶ୍ଵରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ଵ-ଦ୍ଵାର ବନ୍ଦ କଲେ ।
ଆଦି ପୁସ୍ତକ 7 : 17 (ORV)
ଅନନ୍ତର ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକି ଛାଡ଼ି ଭାସି ଉଠିଲା ।
ଆଦି ପୁସ୍ତକ 7 : 18 (ORV)
ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଚାଲିଲା ।
ଆଦି ପୁସ୍ତକ 7 : 19 (ORV)
ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା ।
ଆଦି ପୁସ୍ତକ 7 : 20 (ORV)
ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ ।
ଆଦି ପୁସ୍ତକ 7 : 21 (ORV)
ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
ଆଦି ପୁସ୍ତକ 7 : 22 (ORV)
ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ ।
ଆଦି ପୁସ୍ତକ 7 : 23 (ORV)
ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ ।
ଆଦି ପୁସ୍ତକ 7 : 24 (ORV)
ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: