ଆଦି ପୁସ୍ତକ 9 : 1 (ORV)
ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର ।
ଆଦି ପୁସ୍ତକ 9 : 2 (ORV)
ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି ।
ଆଦି ପୁସ୍ତକ 9 : 3 (ORV)
ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ ।
ଆଦି ପୁସ୍ତକ 9 : 4 (ORV)
ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ ।
ଆଦି ପୁସ୍ତକ 9 : 5 (ORV)
ପୁଣି ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତା; ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା ।
ଆଦି ପୁସ୍ତକ 9 : 6 (ORV)
ଯେ କେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ଵାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି ।
ଆଦି ପୁସ୍ତକ 9 : 7 (ORV)
ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ ।
ଆଦି ପୁସ୍ତକ 9 : 8 (ORV)
ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
ଆଦି ପୁସ୍ତକ 9 : 9 (ORV)
ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
ଆଦି ପୁସ୍ତକ 9 : 10 (ORV)
ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ ।
ଆଦି ପୁସ୍ତକ 9 : 11 (ORV)
ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ଵାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ ।
ଆଦି ପୁସ୍ତକ 9 : 12 (ORV)
ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
ଆଦି ପୁସ୍ତକ 9 : 13 (ORV)
ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ ।
ଆଦି ପୁସ୍ତକ 9 : 14 (ORV)
ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
ଆଦି ପୁସ୍ତକ 9 : 15 (ORV)
ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ ।
ଆଦି ପୁସ୍ତକ 9 : 16 (ORV)
ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା ।
ଆଦି ପୁସ୍ତକ 9 : 17 (ORV)
ପରମେଶ୍ଵର ନୋହଙ୍କୁ କହିଲେ, ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ ।
ଆଦି ପୁସ୍ତକ 9 : 18 (ORV)
ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା ।
ଆଦି ପୁସ୍ତକ 9 : 19 (ORV)
ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା ।
ଆଦି ପୁସ୍ତକ 9 : 20 (ORV)
ଏଉତ୍ତାରୁ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ ।
ଆଦି ପୁସ୍ତକ 9 : 21 (ORV)
ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ଵୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ ।
ଆଦି ପୁସ୍ତକ 9 : 22 (ORV)
ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା ।
ଆଦି ପୁସ୍ତକ 9 : 23 (ORV)
ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ ।
ଆଦି ପୁସ୍ତକ 9 : 24 (ORV)
ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠପୁତ୍ରର ଆଚରଣ ଜ୍ଞାତ ହେଲେ ।
ଆଦି ପୁସ୍ତକ 9 : 25 (ORV)
ପୁଣି ସେ କହିଲେ, କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ ।
ଆଦି ପୁସ୍ତକ 9 : 26 (ORV)
ଆଉ ସେ କହିଲେ, ଶେମର ପରମେଶ୍ଵର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ ।
ଆଦି ପୁସ୍ତକ 9 : 27 (ORV)
ପରମେଶ୍ଵର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି ସେ ଶେମର ତମ୍ଵୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ ।
ଆଦି ପୁସ୍ତକ 9 : 28 (ORV)
ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ ବଞ୍ଚିଲେ ।
ଆଦି ପୁସ୍ତକ 9 : 29 (ORV)
ପୁଣି ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: