ଦିତୀୟ ଶାମୁୟେଲ 24 : 1 (ORV)
ଅନନ୍ତର ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର ।
ଦିତୀୟ ଶାମୁୟେଲ 24 : 2 (ORV)
ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବକୁ କହିଲେ; ତୁମ୍ଭେମାନେ ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି ।
ଦିତୀୟ ଶାମୁୟେଲ 24 : 3 (ORV)
ଏଥିରେ ଯୋୟାବ ରାଜାଙ୍କୁ କହିଲା, ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କର୍ମ କରିବା ପାଇଁ କାହିଁକି ସନ୍ତୋଷ ପାଉଅଛନ୍ତି?
ଦିତୀୟ ଶାମୁୟେଲ 24 : 4 (ORV)
ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା । ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ ।
ଦିତୀୟ ଶାମୁୟେଲ 24 : 5 (ORV)
ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ, ତହୁଁ ଯାସେର ପର୍ଯ୍ୟନ୍ତ ଛାଉଣି ସ୍ଥାପନ କଲେ;
ଦିତୀୟ ଶାମୁୟେଲ 24 : 6 (ORV)
ତହିଁ ଉତ୍ତାରୁ ସେମାନେ ଗିଲୀୟଦକୁ ଓ ତହତୀମ୍-ହଦ୍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ ।
ଦିତୀୟ ଶାମୁୟେଲ 24 : 7 (ORV)
ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେରଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ ।
ଦିତୀୟ ଶାମୁୟେଲ 24 : 8 (ORV)
ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ ।
ଦିତୀୟ ଶାମୁୟେଲ 24 : 9 (ORV)
ତହିଁରେ ଯୋୟାବ ଗଣିତ ଲୋକମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ଼୍‍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ ।
ଦିତୀୟ ଶାମୁୟେଲ 24 : 10 (ORV)
ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା । ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି ।
ଦିତୀୟ ଶାମୁୟେଲ 24 : 11 (ORV)
ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
ଦିତୀୟ ଶାମୁୟେଲ 24 : 12 (ORV)
ଦାଉଦ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ ।
ଦିତୀୟ ଶାମୁୟେଲ 24 : 13 (ORV)
ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର ।
ଦିତୀୟ ଶାମୁୟେଲ 24 : 14 (ORV)
ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ ।
ଦିତୀୟ ଶାମୁୟେଲ 24 : 15 (ORV)
ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ ।
ଦିତୀୟ ଶାମୁୟେଲ 24 : 16 (ORV)
ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର । ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା ।
ଦିତୀୟ ଶାମୁୟେଲ 24 : 17 (ORV)
ପୁଣି ଦାଉଦ ସେହି ବିନାଶକ ଦୂତକୁ ଦେଖି ସଦାପ୍ରଭୁଙ୍କୁ କହିଲେ, ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ପ୍ରତିକୂଳରେ ଓ ମୋʼ ପିତୃଗୃହର ପ୍ରତିକୂଳରେ ହେଉ ।
ଦିତୀୟ ଶାମୁୟେଲ 24 : 18 (ORV)
ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର ।
ଦିତୀୟ ଶାମୁୟେଲ 24 : 19 (ORV)
ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ ।
ଦିତୀୟ ଶାମୁୟେଲ 24 : 20 (ORV)
ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା ।
ଦିତୀୟ ଶାମୁୟେଲ 24 : 21 (ORV)
ପୁଣି ଅରୌଣା ପଚାରିଲା, ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ? ତହିଁରେ ଦାଉଦ କହିଲେ, ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, କାରଣ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି ।
ଦିତୀୟ ଶାମୁୟେଲ 24 : 22 (ORV)
ତହୁଁ ଅରୌଣା ଦାଉଦଙ୍କୁ କହିଲା, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;
ଦିତୀୟ ଶାମୁୟେଲ 24 : 23 (ORV)
ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି । ଆହୁରି ଅରୌଣା ରାଜାଙ୍କୁ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଆପଣଙ୍କୁ ଗ୍ରହଣ କରନ୍ତୁ ।
ଦିତୀୟ ଶାମୁୟେଲ 24 : 24 (ORV)
ତହିଁରେ ରାଜା ଅରୌଣାକୁ କହିଲେ, ନା; ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ । ତହୁଁ ଦାଉଦ ପଚାଶ ଶେକଲ ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ ।
ଦିତୀୟ ଶାମୁୟେଲ 24 : 25 (ORV)
ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ । ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25