ଦିତୀୟ ଶାମୁୟେଲ 3 : 1 (ORV)
ଅନନ୍ତର ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ବେଳକୁବେଳ ବଳବାନ ହେଲେ, ମାତ୍ର ଶାଉଲ ବଂଶ ବେଳକୁବେଳ କ୍ଷୀଣ ହେଲେ ।
ଦିତୀୟ ଶାମୁୟେଲ 3 : 2 (ORV)
ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ;
ଦିତୀୟ ଶାମୁୟେଲ 3 : 3 (ORV)
ପୁଣି ଦ୍ଵିତୀୟ ପୁତ୍ର କିଲାବ୍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର ।
ଦିତୀୟ ଶାମୁୟେଲ 3 : 4 (ORV)
ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର ।
ଦିତୀୟ ଶାମୁୟେଲ 3 : 5 (ORV)
ଷଷ୍ଠ ଯିତ୍ରିୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ ।
ଦିତୀୟ ଶାମୁୟେଲ 3 : 6 (ORV)
ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା ।
ଦିତୀୟ ଶାମୁୟେଲ 3 : 7 (ORV)
ମାତ୍ର ଶାଉଲଙ୍କର ଏକ ଉପପନିୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି (ଈଶ୍ବୋଶତ) ଅବ୍ନରକୁ କହିଲା, ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପନିୀ କତିକି ଗଲ?
ଦିତୀୟ ଶାମୁୟେଲ 3 : 8 (ORV)
ତେବେ ଅବ୍ନର ଈଶ୍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, ମୁଁ କି ଯିହୁଦା ପକ୍ଷର କୁକ୍କୁର ମୁଣ୍ତ? ମୁଁ ତ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ଅପରାଧ ମୋʼ ଉପରେ ଆରୋପ କରୁଅଛ?
ଦିତୀୟ ଶାମୁୟେଲ 3 : 9 (ORV)
ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,
ଦିତୀୟ ଶାମୁୟେଲ 3 : 10 (ORV)
ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯେବେ ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ଵର ଅବ୍ନରକୁ ସେହି ଦଣ୍ତ ଓ ତହିଁରୁ ଅଧିକ ଦେଉନ୍ତୁ ।
ଦିତୀୟ ଶାମୁୟେଲ 3 : 11 (ORV)
ତହିଁରେ ସେ ଅବ୍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା ।
ଦିତୀୟ ଶାମୁୟେଲ 3 : 12 (ORV)
ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, ଏ ଦେଶ କାହାର? ଆହୁରି କହିଲା, ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ ।
ଦିତୀୟ ଶାମୁୟେଲ 3 : 13 (ORV)
ଏଥିରେ ସେ କହିଲେ, ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ ।
ଦିତୀୟ ଶାମୁୟେଲ 3 : 14 (ORV)
ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ଦୂତମାନଙ୍କୁ ପଠାଇ କହିଲେ, ମୁଁ ପଲେଷ୍ଟୀୟ-ମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ ।
ଦିତୀୟ ଶାମୁୟେଲ 3 : 15 (ORV)
ତହଁରେ ଈଶ୍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ଵାମୀ ନିକଟରୁ ମୀଖଲକୁ ନେଲା ।
ଦିତୀୟ ଶାମୁୟେଲ 3 : 16 (ORV)
ଏଣୁ ତାହାର ସ୍ଵାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା । ଏଥିରେ ଅବ୍ନର ତାହାକୁ କହିଲା, ଯାଅ ଫେରିଯାଅ; ତହୁଁ ସେ ଫେରିଗଲା ।
ଦିତୀୟ ଶାମୁୟେଲ 3 : 17 (ORV)
ଅନନ୍ତର ଅବ୍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, ପୂର୍ବରେ ତୁମ୍ଭେମାନେ ଆପଣା-ମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁଥିଲ;
ଦିତୀୟ ଶାମୁୟେଲ 3 : 18 (ORV)
ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା ।
ଦିତୀୟ ଶାମୁୟେଲ 3 : 19 (ORV)
ଆଉ ଅବ୍ନର ବିନ୍ୟାମୀନର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍ନର ସେସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା ।
ଦିତୀୟ ଶାମୁୟେଲ 3 : 20 (ORV)
ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା । ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ ।
ଦିତୀୟ ଶାମୁୟେଲ 3 : 21 (ORV)
ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତ ରାଜତ୍ଵ କରିବେ । ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା ।
ଦିତୀୟ ଶାମୁୟେଲ 3 : 22 (ORV)
ଏଉତ୍ତାରେ ଦେଖ, ଦାଉଦଙ୍କର ଦାସଗଣ ଓ ଯୋୟାବ ପ୍ରଚୁର ଲୁଟଦ୍ରବ୍ୟ ସଙ୍ଗରେ ନେଇ ସୈନ୍ୟଦଳରୁ ଆସିଲେ; ମାତ୍ର ଅବ୍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା ।
ଦିତୀୟ ଶାମୁୟେଲ 3 : 23 (ORV)
ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ ଜଣାଇ କହିଲେ, ନରର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି ।
ଦିତୀୟ ଶାମୁୟେଲ 3 : 24 (ORV)
ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରି ଦେଲେ, ସେ ତ ଗଲାଣି?
ଦିତୀୟ ଶାମୁୟେଲ 3 : 25 (ORV)
ଆପଣ ତ ନରର ପୁତ୍ର ଅବ୍ନରକୁ ଜାଣନ୍ତି, ସେ ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେସବୁ ଜାଣିବାକୁ ଆସିଥିଲା ।
ଦିତୀୟ ଶାମୁୟେଲ 3 : 26 (ORV)
ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍ନରର ପଛରେ ଦୂତଗଣ ପଠାନ୍ତେ, ସେମାନେ ସିରାକୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ ।
ଦିତୀୟ ଶାମୁୟେଲ 3 : 27 (ORV)
ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗର-ଦ୍ଵାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ହେତୁରୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା ।
ଦିତୀୟ ଶାମୁୟେଲ 3 : 28 (ORV)
ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, ନରର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନ; କାଳ ନିର୍ଦ୍ଦୋଷ;
ଦିତୀୟ ଶାମୁୟେଲ 3 : 29 (ORV)
ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଦାୟୀ କି ଖଡ଼୍‍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ ।
ଦିତୀୟ ଶାମୁୟେଲ 3 : 30 (ORV)
ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍ନରକୁ ବଧ କଲେ; ଯେହେତୁ ସେ ଗିବୀୟା-ଯୁଦ୍ଧରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା ।
ଦିତୀୟ ଶାମୁୟେଲ 3 : 31 (ORV)
ଅନନ୍ତର ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍ନରର ଆଗେ ଆଗେ ଶୋକ କରି ଚାଲ । ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ ।
ଦିତୀୟ ଶାମୁୟେଲ 3 : 32 (ORV)
ଆଉ ସେମାନେ ହିବ୍ରୋଣରେ ଅବ୍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ରୋଦନ କଲେ ।
ଦିତୀୟ ଶାମୁୟେଲ 3 : 33 (ORV)
ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା?
ଦିତୀୟ ଶାମୁୟେଲ 3 : 34 (ORV)
ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବଦ୍ଧ ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ । ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ ।
ଦିତୀୟ ଶାମୁୟେଲ 3 : 35 (ORV)
ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଆହାର କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୋଟୀ କି ଆଉ କିଛି ଆସ୍ଵାଦ କରେ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ ଓ ତହିଁରୁ ଅଧିକ ଦେଉନ୍ତୁ ।
ଦିତୀୟ ଶାମୁୟେଲ 3 : 36 (ORV)
ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା ।
ଦିତୀୟ ଶାମୁୟେଲ 3 : 37 (ORV)
ଏହିରୂପେ ନରର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ ।
ଦିତୀୟ ଶାମୁୟେଲ 3 : 38 (ORV)
ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?
ଦିତୀୟ ଶାମୁୟେଲ 3 : 39 (ORV)
ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍, ସରୁୟାର ପୁତ୍ରମାନେ ଆମ୍ଭର ଅବାଧ୍ୟ; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦେଉନ୍ତୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39

BG:

Opacity:

Color:


Size:


Font: