ଦିତୀୟ ଶାମୁୟେଲ 5 : 1 (ORV)
ଅନନ୍ତର ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ କତିକି ଆସି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ ।
ଦିତୀୟ ଶାମୁୟେଲ 5 : 2 (ORV)
ଗତ କାଳରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ ।
ଦିତୀୟ ଶାମୁୟେଲ 5 : 3 (ORV)
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ⇧ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ ।
ଦିତୀୟ ଶାମୁୟେଲ 5 : 4 (ORV)
ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ଵ କଲେ ।
ଦିତୀୟ ଶାମୁୟେଲ 5 : 5 (ORV)
ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ଵ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ଵ କଲେ ।
ଦିତୀୟ ଶାମୁୟେଲ 5 : 6 (ORV)
ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ; ତହିଁରେ ଦାଉଦ ଏସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏସ୍ଥାନକୁ ଆସି ପାରିବ ନାହିଁ ।
ଦିତୀୟ ଶାମୁୟେଲ 5 : 7 (ORV)
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା ।
ଦିତୀୟ ଶାମୁୟେଲ 5 : 8 (ORV)
ପୁଣି ଦାଉଦ ସେହି ଦିନ କହିଲେ, ଯେ କେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳପ୍ରଣାଳୀକି ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ଛୋଟା ଓ ଅନ୍ଧମାନଙ୍କୁ ବଧ କରୁ । ଏହେତୁ ଲୋକେ କହନ୍ତି, ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ଘର ଭିତରକୁ ଆସି ପାରିବ ନାହିଁ ।
ଦିତୀୟ ଶାମୁୟେଲ 5 : 9 (ORV)
ଅନନ୍ତର ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ । ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗୃହାଦି ନିର୍ମାଣ କଲେ ।
ଦିତୀୟ ଶାମୁୟେଲ 5 : 10 (ORV)
ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଦାଉଦଙ୍କର ସହାୟ ହେବାରୁ ସେ ଆହୁରି ଆହୁରି ମହାନ ହେଲେ ।
ଦିତୀୟ ଶାମୁୟେଲ 5 : 11 (ORV)
ଅନନ୍ତର ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ ।
ଦିତୀୟ ଶାମୁୟେଲ 5 : 12 (ORV)
ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ ।
ଦିତୀୟ ଶାମୁୟେଲ 5 : 13 (ORV)
ଅନନ୍ତର ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପନିୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ର କନ୍ୟା ଜାତ ହେଲେ ।
ଦିତୀୟ ଶାମୁୟେଲ 5 : 14 (ORV)
ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ସମ୍ମୂୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ୍
ଦିତୀୟ ଶାମୁୟେଲ 5 : 15 (ORV)
ଓ ୟିଭର ଓ ଇଲୀଶୂୟ ଓ ନେଫଗ୍ ଓ ଯାଫୀୟ
ଦିତୀୟ ଶାମୁୟେଲ 5 : 16 (ORV)
ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ ।
ଦିତୀୟ ଶାମୁୟେଲ 5 : 17 (ORV)
ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ ।
ଦିତୀୟ ଶାମୁୟେଲ 5 : 18 (ORV)
ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହୋଇଥିଲେ ।
ଦିତୀୟ ଶାମୁୟେଲ 5 : 19 (ORV)
ଏଥିରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଉଠି ଯାଅ; କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା ।
ଦିତୀୟ ଶାମୁୟେଲ 5 : 20 (ORV)
ତହୁଁ ଦାଉଦ ବାଲ୍-ପରାସୀମକୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ଵାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି । ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ (ଭଗ୍ନ-ସ୍ଥାନ) ରଖିଲେ ।
ଦିତୀୟ ଶାମୁୟେଲ 5 : 21 (ORV)
ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେସବୁ ଦଗ୍ଧ କଲେ ।
ଦିତୀୟ ଶାମୁୟେଲ 5 : 22 (ORV)
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହେଲେ ।
ଦିତୀୟ ଶାମୁୟେଲ 5 : 23 (ORV)
ତହିଁରେ ଦାଉଦ ସଦାପ୍ରଭୁଙ୍କୁ ପଚାରନ୍ତେ ସେ କହିଲେ, ତୁମ୍ଭେ ଉଠି ନ ଯାଅ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର ।
ଦିତୀୟ ଶାମୁୟେଲ 5 : 24 (ORV)
ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ ଉଦ୍ୟମ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ ।
ଦିତୀୟ ଶାମୁୟେଲ 5 : 25 (ORV)
ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: