ଦିତୀୟ ଶାମୁୟେଲ 6 : 1 (ORV)
ଅନନ୍ତର ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ ।
ଦିତୀୟ ଶାମୁୟେଲ 6 : 2 (ORV)
ଆଉ ଦାଉଦ ଓ ତାଙ୍କର ସଙ୍ଗୀଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ଵରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ ।
ଦିତୀୟ ଶାମୁୟେଲ 6 : 3 (ORV)
ପୁଣି ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ ।
ଦିତୀୟ ଶାମୁୟେଲ 6 : 4 (ORV)
ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ଵରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା ।
ଦିତୀୟ ଶାମୁୟେଲ 6 : 5 (ORV)
ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ ।
ଦିତୀୟ ଶାମୁୟେଲ 6 : 6 (ORV)
ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ଵରଙ୍କ ସିନ୍ଦୁକ ଧରିଲା ।
ଦିତୀୟ ଶାମୁୟେଲ 6 : 7 (ORV)
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ଏଣୁ ପରମେଶ୍ଵର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ଵରଙ୍କ ସିନ୍ଦୁକ ପାଖରେ ମଲା ।
ଦିତୀୟ ଶାମୁୟେଲ 6 : 8 (ORV)
ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି ।
ଦିତୀୟ ଶାମୁୟେଲ 6 : 9 (ORV)
ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କ ବିଷୟରେ ଭୟ ପାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ କି ପ୍ରକାରେ ମୋʼ ନିକଟକୁ ଆସିବ?
ଦିତୀୟ ଶାମୁୟେଲ 6 : 10 (ORV)
ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗିତ୍ତୀୟ ଓବେଦ-ଇଦୋମର ଗୃହରେ ରଖିଲେ,
ଦିତୀୟ ଶାମୁୟେଲ 6 : 11 (ORV)
ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗିତ୍ତୀୟ ଓବେଦ-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ ।
ଦିତୀୟ ଶାମୁୟେଲ 6 : 12 (ORV)
ଏଉତ୍ତାରେ ପରମେଶ୍ଵରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ-ଇଦୋମର ପରିବାରକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା । ତହୁଁ ଦାଉଦ ଯାଇ ଓବେଦ-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ଵରଙ୍କ ସିନ୍ଦୁକ ଦାଉଦ-ନଗରକୁ ଆଣିଲେ ।
ଦିତୀୟ ଶାମୁୟେଲ 6 : 13 (ORV)
ଆଉ, ସଦାପ୍ରଭୁଙ୍କ ସିନ୍ଦୁକବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ ।
ଦିତୀୟ ଶାମୁୟେଲ 6 : 14 (ORV)
ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ ।
ଦିତୀୟ ଶାମୁୟେଲ 6 : 15 (ORV)
ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ଵନି ଓ ତୂରୀଧ୍ଵନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ ।
ଦିତୀୟ ଶାମୁୟେଲ 6 : 16 (ORV)
ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲାନ୍ତଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା ।
ଦିତୀୟ ଶାମୁୟେଲ 6 : 17 (ORV)
ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ତାହା ସ୍ଥାନରେ, ଅର୍ଥାତ୍, ତହିଁ ପାଇଁ ଦାଉଦ ଯେଉଁ ତମ୍ଵୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ ।
ଦିତୀୟ ଶାମୁୟେଲ 6 : 18 (ORV)
ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ସେ ଲୋକମାନଙ୍କୁ ଆଶୀର୍ବାଦ କଲେ ।
ଦିତୀୟ ଶାମୁୟେଲ 6 : 19 (ORV)
ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ତ ରୋଟୀ ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ । ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ ।
ଦିତୀୟ ଶାମୁୟେଲ 6 : 20 (ORV)
ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ । ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ!
ଦିତୀୟ ଶାମୁୟେଲ 6 : 21 (ORV)
ଏଥିରେ ଦାଉଦ ମୀଖଲକୁ କହିଲେ, ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି ।
ଦିତୀୟ ଶାମୁୟେଲ 6 : 22 (ORV)
ପୁଣି ମୁଁ ଏଥିରୁ ହିଁ ଆହୁରି ଲଘୁ ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି ।
ଦିତୀୟ ଶାମୁୟେଲ 6 : 23 (ORV)
ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ନୋହିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: