ଦିତୀୟ ଶାମୁୟେଲ 7 : 1 (ORV)
ଅନନ୍ତର ରାଜା ଆପଣା ଗୃହରେ ବାସ କରିବାଣବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗ-ସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ
ଦିତୀୟ ଶାମୁୟେଲ 7 : 2 (ORV)
ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, ଦେଖ, ଏବେ ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ଵରଙ୍କ ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି ।
ଦିତୀୟ ଶାମୁୟେଲ 7 : 3 (ORV)
ତହିଁରେ ନାଥନ ରାଜାଙ୍କୁ କହିଲେ, ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି ।
ଦିତୀୟ ଶାମୁୟେଲ 7 : 4 (ORV)
ଏଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
ଦିତୀୟ ଶାମୁୟେଲ 7 : 5 (ORV)
ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ?
ଦିତୀୟ ଶାମୁୟେଲ 7 : 6 (ORV)
ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ଵୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ ।
ଦିତୀୟ ଶାମୁୟେଲ 7 : 7 (ORV)
ଆମ୍ଭେ ସମୁଦାୟ ଇସ୍ରାଏଲ-ସନ୍ତାନ ସହିତ ଯେସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକ ଇସ୍ରାଏଲକୁ ପାଳନ କରିବା ପାଇଁଯେଉଁମାନଙ୍କୁ ଆଜ୍ଞା ଦେଇଥିଲୁ, ଇସ୍ରାଏଲର ଏପରି କୌଣସି ବଂଶକୁ, ତୁମ୍ଭେମାନେ କିହେତୁ ଆମ୍ଭ ପାଇଁ ଏରସ କାଷ୍ଠଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କି ଆମ୍ଭେ କହିଅଛୁ?
ଦିତୀୟ ଶାମୁୟେଲ 7 : 8 (ORV)
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ;
ଦିତୀୟ ଶାମୁୟେଲ 7 : 9 (ORV)
ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା ।
ଦିତୀୟ ଶାମୁୟେଲ 7 : 10 (ORV)
ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ହେବେ ନାହିଁ;
ଦିତୀୟ ଶାମୁୟେଲ 7 : 11 (ORV)
କିଅବା ଯେପରି ପୂର୍ବକାଳରେ ଓ ଯେସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା । ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ ।
ଦିତୀୟ ଶାମୁୟେଲ 7 : 12 (ORV)
ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା ।
ଦିତୀୟ ଶାମୁୟେଲ 7 : 13 (ORV)
ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା ।
ଦିତୀୟ ଶାମୁୟେଲ 7 : 14 (ORV)
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ତରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା ।
ଦିତୀୟ ଶାମୁୟେଲ 7 : 15 (ORV)
ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ ।
ଦିତୀୟ ଶାମୁୟେଲ 7 : 16 (ORV)
ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ଵ ତୁମ୍ଭ ସମ୍ମୁଖରେ ଅନ; କାଳ ସ୍ଥିରିକୃତ ହେବ; ତୁମ୍ଭର ସିଂହାସନ ଅନ; କାଳସ୍ଥାୟୀ ହେବ ।
ଦିତୀୟ ଶାମୁୟେଲ 7 : 17 (ORV)
ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ ।
ଦିତୀୟ ଶାମୁୟେଲ 7 : 18 (ORV)
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, ହେ ପ୍ରଭୋ, ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏ ପର୍ଯ୍ୟନ୍ତ ଆଣିଅଛ?
ଦିତୀୟ ଶାମୁୟେଲ 7 : 19 (ORV)
ତଥାପି, ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ, ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା?
ଦିତୀୟ ଶାମୁୟେଲ 7 : 20 (ORV)
ଏଣୁ ଦାଉଦ ତୁମ୍ଭକୁ ଆଉ କଅଣ କହିପାରେ? କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ଦାସକୁ ଜାଣୁଅଛ ।
ଦିତୀୟ ଶାମୁୟେଲ 7 : 21 (ORV)
ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ହୃଦୟାନୁସାରେ ଆପଣା ଦାସକୁ ଜଣାଇବା ନିମନ୍ତେ ଏହିସବୁ ମହିମା ପ୍ରସ୍ତୁତ କରିଅଛ ।
ଦିତୀୟ ଶାମୁୟେଲ 7 : 22 (ORV)
ଏହେତୁ ହେ ସଦାପ୍ରଭୋ ପରମେଶ୍ଵର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ ।
ଦିତୀୟ ଶାମୁୟେଲ 7 : 23 (ORV)
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ଵର ଆଗମନ କରିଥିଲେ ।
ଦିତୀୟ ଶାମୁୟେଲ 7 : 24 (ORV)
ପୁଣି ତୁମ୍ଭେ ଅନ; କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ । ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ ।
ଦିତୀୟ ଶାମୁୟେଲ 7 : 25 (ORV)
ଏବେ ହେ ସଦାପ୍ରଭୋ, ପରମେଶ୍ଵର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନ; କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର ।
ଦିତୀୟ ଶାମୁୟେଲ 7 : 26 (ORV)
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ଵାରା ତୁମ୍ଭ ନାମ ଅନ; କାଳ ମହତ ହେଉ ।
ଦିତୀୟ ଶାମୁୟେଲ 7 : 27 (ORV)
କାରଣ ହେ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା ।
ଦିତୀୟ ଶାମୁୟେଲ 7 : 28 (ORV)
ଆଉ ଏବେ, ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ପରମେଶ୍ଵର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;
ଦିତୀୟ ଶାମୁୟେଲ 7 : 29 (ORV)
ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନ; କାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନ; କାଳ ଆଶୀର୍ବାଦଯୁକ୍ତ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: