ପ୍ରଥମ ରାଜାବଳୀ 19 : 1 (ORV)
ଅନନ୍ତର ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତା; ଓ ସେ କିପରି ଖଡ଼୍‍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ ।
ପ୍ରଥମ ରାଜାବଳୀ 19 : 2 (ORV)
ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ ।
ପ୍ରଥମ ରାଜାବଳୀ 19 : 3 (ORV)
ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବାରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ ।
ପ୍ରଥମ ରାଜାବଳୀ 19 : 4 (ORV)
ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରୋତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁ-ପ୍ରାର୍ଥନା କରି କହିଲେ, ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ ।
ପ୍ରଥମ ରାଜାବଳୀ 19 : 5 (ORV)
ତହୁଁ ସେ ରୋତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୋଜନ କର ।
ପ୍ରଥମ ରାଜାବଳୀ 19 : 6 (ORV)
ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ଵ ଏକ ପିଠା ଓ ଏକ ପାତ୍ର ଜଳ ଅଛି । ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ ।
ପ୍ରଥମ ରାଜାବଳୀ 19 : 7 (ORV)
ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ଵିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ ।
ପ୍ରଥମ ରାଜାବଳୀ 19 : 8 (ORV)
ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ଵରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ ।
ପ୍ରଥମ ରାଜାବଳୀ 19 : 9 (ORV)
ଆଉ ସେ ସେଠାସ୍ଥିତ ଏକ ଗହ୍ଵରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?
ପ୍ରଥମ ରାଜାବଳୀ 19 : 10 (ORV)
ତହୁଁ ଏଲୀୟ କହିଲେ, ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵରଙ୍କ ପକ୍ଷରେ ଅତ୍ୟ; ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍‍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ଵେଷଣ କରୁଅଛନ୍ତି ।
ପ୍ରଥମ ରାଜାବଳୀ 19 : 11 (ORV)
ଏଥିରେ ସେ କହିଲେ, ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ । ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ଖଣ୍ତ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ ।
ପ୍ରଥମ ରାଜାବଳୀ 19 : 12 (ORV)
ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି ଅଗ୍ନି ଉତ୍ତାରେ ଏକ ଶା; କ୍ଷୁଦ୍ର ରବ ହେଲା ।
ପ୍ରଥମ ରାଜାବଳୀ 19 : 13 (ORV)
ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ଵର-ମୁଖ ନିକଟରେ ଠିଆ ହେଲେ । ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?
ପ୍ରଥମ ରାଜାବଳୀ 19 : 14 (ORV)
ତହୁଁ ସେ କହିଲେ, ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵରଙ୍କ ପକ୍ଷରେ ଅତ୍ୟ; ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍‍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ଵେଷଣ କରୁଅଛନ୍ତି ।
ପ୍ରଥମ ରାଜାବଳୀ 19 : 15 (ORV)
ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
ପ୍ରଥମ ରାଜାବଳୀ 19 : 16 (ORV)
ଆଉ ନିମ୍ଶିର ପୁତ୍ର ଯେହୂକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର ।
ପ୍ରଥମ ରାଜାବଳୀ 19 : 17 (ORV)
ତହିଁରେ ଯେଉଁ ଲୋକ ହସାୟେଲର ଖଡ଼୍‍ଗରୁ ବଞ୍ଚିବ, ଯେହୂ ତାହାକୁ ବଧ କରିବ ଓ ଯେ ଯେହୂର ଖଡ଼୍‍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ⇧ ।
ପ୍ରଥମ ରାଜାବଳୀ 19 : 18 (ORV)
ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ସେ ସମସ୍ତଙ୍କ ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ସେ ପ୍ରତ୍ୟେକର ମୁଖ ତାହାକୁ ଚୁମ୍ଵନ କରି ନାହିଁ।
ପ୍ରଥମ ରାଜାବଳୀ 19 : 19 (ORV)
ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ । ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି ସେ ଦ୍ଵାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ ।
ପ୍ରଥମ ରାଜାବଳୀ 19 : 20 (ORV)
ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, ବିନୟ କରୁଅଛି, ମୋʼ ପିତା ଓ ମାତାଙ୍କୁ ଚୁମ୍ଵନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି । ତହୁଁ ଏଲୀୟ ତାଙ୍କୁ କହିଲେ, ଫେରିଯାଅ; ଆମ୍ଭେ ତୁମ୍ଭର କଅଣ କଲୁ ।
ପ୍ରଥମ ରାଜାବଳୀ 19 : 21 (ORV)
ତହିଁରେ ସେ ତାଙ୍କ ପଶ୍ଚାତ୍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ । ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: