ପ୍ରଥମ ରାଜାବଳୀ 2 : 1 (ORV)
ଅନନ୍ତର ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,
ପ୍ରଥମ ରାଜାବଳୀ 2 : 2 (ORV)
ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ଵ ପ୍ରକାଶ କର ।
ପ୍ରଥମ ରାଜାବଳୀ 2 : 3 (ORV)
ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
ପ୍ରଥମ ରାଜାବଳୀ 2 : 4 (ORV)
ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ଯେବେ ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ ।
ପ୍ରଥମ ରାଜାବଳୀ 2 : 5 (ORV)
ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି ଇସ୍ରାଏଲର ଦୁଇ ସେନାପତି, ନରର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା ।
ପ୍ରଥମ ରାଜାବଳୀ 2 : 6 (ORV)
ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ଵକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ ।
ପ୍ରଥମ ରାଜାବଳୀ 2 : 7 (ORV)
ମାତ୍ର ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନ-କାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ ।
ପ୍ରଥମ ରାଜାବଳୀ 2 : 8 (ORV)
ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଶାପରେ ଶାପ ଦେଇଥିଲା, ମାତ୍ର ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ଼୍‍ଗରେ ବଧ କରିବି ନାହିଁ ।
ପ୍ରଥମ ରାଜାବଳୀ 2 : 9 (ORV)
ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ଵକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ ।
ପ୍ରଥମ ରାଜାବଳୀ 2 : 10 (ORV)
ଏଥି ଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ ।
ପ୍ରଥମ ରାଜାବଳୀ 2 : 11 (ORV)
ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ ।
ପ୍ରଥମ ରାଜାବଳୀ 2 : 12 (ORV)
ଅନନ୍ତର ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା ।
ପ୍ରଥମ ରାଜାବଳୀ 2 : 13 (ORV)
ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, କୁଶଳରେ ଆସିଲ? ସେ ଉତ୍ତର କଲା, କୁଶଳରେ ।
ପ୍ରଥମ ରାଜାବଳୀ 2 : 14 (ORV)
ସେ ଆହୁରି କହିଲା, ମୋହର ତୁମ୍ଭକୁ କିଛି କହିବାର ଅଛି । ବତ୍ଶେବା କହିଲେ, କୁହ ।
ପ୍ରଥମ ରାଜାବଳୀ 2 : 15 (ORV)
ତହୁଁ ସେ କହିଲା, ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା ।
ପ୍ରଥମ ରାଜାବଳୀ 2 : 16 (ORV)
ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ନାସ୍ତି ନ କର । ବତ୍ଶେବା ତାହାକୁ କହିଲେ, କୁହ ।
ପ୍ରଥମ ରାଜାବଳୀ 2 : 17 (ORV)
ତହୁଁ ସେ କହିଲା, ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ ।
ପ୍ରଥମ ରାଜାବଳୀ 2 : 18 (ORV)
ଏଥିରେ ବତ୍ଶେବା କହିଲେ; ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି ।
ପ୍ରଥମ ରାଜାବଳୀ 2 : 19 (ORV)
ଏହେତୁ ବତ୍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ ।
ପ୍ରଥମ ରାଜାବଳୀ 2 : 20 (ORV)
ତେବେ ସେ କହିଲେ, ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର । ତହୁଁ ରାଜା ତାଙ୍କୁ କହିଲେ, ମୋହର ମାତଃ, କୁହ; କାରଣ ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ ।
ପ୍ରଥମ ରାଜାବଳୀ 2 : 21 (ORV)
ଏଥିରେ ସେ କହିଲେ, ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ ।
ପ୍ରଥମ ରାଜାବଳୀ 2 : 22 (ORV)
ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ ।
ପ୍ରଥମ ରାଜାବଳୀ 2 : 23 (ORV)
ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ ।
ପ୍ରଥମ ରାଜାବଳୀ 2 : 24 (ORV)
ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ ।
ପ୍ରଥମ ରାଜାବଳୀ 2 : 25 (ORV)
ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା ।
ପ୍ରଥମ ରାଜାବଳୀ 2 : 26 (ORV)
ଅନନ୍ତର ରାଜା ଅବୀୟାଥର ଯାଜକକୁ କହିଲେ, ତୁମ୍ଭେ ଅନାଥୋତକୁ ଆପଣା କ୍ଷେତ୍ରକୁ ଯାଅ; କାରଣ ତୁମ୍ଭେ ମୃତ୍ୟୁଯୋଗ୍ୟ; ମାତ୍ର ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ ।
ପ୍ରଥମ ରାଜାବଳୀ 2 : 27 (ORV)
ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକକର୍ମରୁ ଦୂର କରିଦେଲେ ।
ପ୍ରଥମ ରାଜାବଳୀ 2 : 28 (ORV)
ଏଉତ୍ତାରେ ଯୋୟାବ ନିକଟରେ ସମ୍ଵାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା । ସେଥି ସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ଵୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଅବଲମ୍ଵନ କଲା ।
ପ୍ରଥମ ରାଜାବଳୀ 2 : 29 (ORV)
ଏଉତ୍ତାରେ ଦେଖ, ଯୋୟାବ ସଦାପ୍ରଭୁଙ୍କ ତମ୍ଵୁକୁ ପଳାଇ ବେଦି ନିକଟରେ ଅଛି, ଏହି ସମ୍ଵାଦ ଶଲୋମନ ରାଜାଙ୍କୁ ଦିଆଯାʼନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର ।
ପ୍ରଥମ ରାଜାବଳୀ 2 : 30 (ORV)
ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ଵୁକୁ ଯାଇ ତାହାକୁ କହିଲା, ରାଜା କହିଅଛନ୍ତି, ବାହାରକୁ ଆସ । ମାତ୍ର ସେ କହିଲା, ନା, ମୁଁ ଏଠାରେ ମରିବି । ଏଥିରେ ବନାୟ ପୁଣି ରାଜାଙ୍କ ନିକଟକୁ ସମ୍ଵାଦ ଆଣି କହିଲା, ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା ।
ପ୍ରଥମ ରାଜାବଳୀ 2 : 31 (ORV)
ତେବେ ରାଜା ତାହାକୁ କହିଲେ, ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ ।
ପ୍ରଥମ ରାଜାବଳୀ 2 : 32 (ORV)
ପୁଣି ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ଼୍‍ଗରେ ବଧ କରିଥିଲା ।
ପ୍ରଥମ ରାଜାବଳୀ 2 : 33 (ORV)
ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ ।
ପ୍ରଥମ ରାଜାବଳୀ 2 : 34 (ORV)
ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା ।
ପ୍ରଥମ ରାଜାବଳୀ 2 : 35 (ORV)
ପୁଣି ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକକୁ ଯାଜକ କରି ନିଯୁକ୍ତ କଲେ ।
ପ୍ରଥମ ରାଜାବଳୀ 2 : 36 (ORV)
ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକି ଡକାଇ କହିଲେ, ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ ।
ପ୍ରଥମ ରାଜାବଳୀ 2 : 37 (ORV)
କାରଣ ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତା; ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ ।
ପ୍ରଥମ ରାଜାବଳୀ 2 : 38 (ORV)
ତହିଁରେ ଶିମୀୟି ରାଜାଙ୍କୁ କହିଲା, ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ । ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା ।
ପ୍ରଥମ ରାଜାବଳୀ 2 : 39 (ORV)
ଅନନ୍ତର ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ । ଏଥିରେ ଲୋକେ ଶିମୀୟିକି ଜଣାଇ କହିଲେ, ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି ।
ପ୍ରଥମ ରାଜାବଳୀ 2 : 40 (ORV)
ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ଵେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ କତିକି ଗଲା; ପୁଣି ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା ।
ପ୍ରଥମ ରାଜାବଳୀ 2 : 41 (ORV)
ତହୁଁ ଶଲୋମନଙ୍କୁ ସମ୍ଵାଦ ଦିଆଗଲା ଯେ, ଶିମୀୟି ଯିରୂଶାଲମରୁ ଗାଥ୍କୁ ଯାଇଥିଲା, ପୁଣି ଫେରି ଆସିଅଛି ।
ପ୍ରଥମ ରାଜାବଳୀ 2 : 42 (ORV)
ଏଥିରେ ରାଜା ଲୋକ ପଠାଇ ଶିମୀୟିକି ଡକାଇ ତାହାକୁ କହିଲେ, ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହିଦିନ ତୁମ୍ଭେ ନିତା; ମରିବ, ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ? ଆଉ ତୁମ୍ଭେ ମୋତେ କହିଥିଲ, ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ ।
ପ୍ରଥମ ରାଜାବଳୀ 2 : 43 (ORV)
ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କିହେତୁ ପାଳନ ନ କଲ?
ପ୍ରଥମ ରାଜାବଳୀ 2 : 44 (ORV)
ରାଜା ଆହୁରି ଶିମୀୟିକି କହିଲେ, ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ ।
ପ୍ରଥମ ରାଜାବଳୀ 2 : 45 (ORV)
ମାତ୍ର ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନ; କାଳ ସ୍ଥିରୀକୃତ ହେବ ।
ପ୍ରଥମ ରାଜାବଳୀ 2 : 46 (ORV)
ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା । ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46

BG:

Opacity:

Color:


Size:


Font: