ପ୍ରଥମ ରାଜାବଳୀ 21 : 1 (ORV)
ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ତେ ଦ୍ରାକ୍ଷାକ୍ଷେତ୍ର ଥିଲା ।
ପ୍ରଥମ ରାଜାବଳୀ 21 : 2 (ORV)
ଏଣୁ ଆହାବ ନାବୋତକୁ କହିଲେ, ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଅବା ତୁମ୍ଭକୁ ଭଲ ଦିଶିଲେ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି ।
ପ୍ରଥମ ରାଜାବଳୀ 21 : 3 (ORV)
ଏଥିରେ ନାବୋତ ଆହାବଙ୍କୁ କହିଲା, ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ ।
ପ୍ରଥମ ରାଜାବଳୀ 21 : 4 (ORV)
ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ । ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ ।
ପ୍ରଥମ ରାଜାବଳୀ 21 : 5 (ORV)
ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ?
ପ୍ରଥମ ରାଜାବଳୀ 21 : 6 (ORV)
ତହିଁରେ ସେ ତାହାକୁ କହିଲେ, ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା-ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ମାତ୍ର ସେ ଉତ୍ତର କଲା, ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ ।
ପ୍ରଥମ ରାଜାବଳୀ 21 : 7 (ORV)
ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ଵ କରୁନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି ।
ପ୍ରଥମ ରାଜାବଳୀ 21 : 8 (ORV)
ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା ।
ପ୍ରଥମ ରାଜାବଳୀ 21 : 9 (ORV)
ପୁଣି ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;
ପ୍ରଥମ ରାଜାବଳୀ 21 : 10 (ORV)
ଆଉ ତାହା ସମ୍ମୁଖରେ ପାପାଧମ-ସନ୍ତାନ ଦୁଇ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ଵରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ । ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରିବଧ କର ।
ପ୍ରଥମ ରାଜାବଳୀ 21 : 11 (ORV)
ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର-ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ ।
ପ୍ରଥମ ରାଜାବଳୀ 21 : 12 (ORV)
ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ବସାଇଲେ ।
ପ୍ରଥମ ରାଜାବଳୀ 21 : 13 (ORV)
ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, ନାବୋତ ପରମେଶ୍ଵରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି । ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ ।
ପ୍ରଥମ ରାଜାବଳୀ 21 : 14 (ORV)
ତହିଁ ଉତ୍ତାରେ ସେମାନେ ଈଷେବଲ୍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି ।
ପ୍ରଥମ ରାଜାବଳୀ 21 : 15 (ORV)
ଏଥିରେ ଈଷେବଲ୍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍ ଆହାବଙ୍କୁ କହିଲା, ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ନାସ୍ତି କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି ।
ପ୍ରଥମ ରାଜାବଳୀ 21 : 16 (ORV)
ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ ।
ପ୍ରଥମ ରାଜାବଳୀ 21 : 17 (ORV)
ଅନନ୍ତର ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
ପ୍ରଥମ ରାଜାବଳୀ 21 : 18 (ORV)
ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି ।
ପ୍ରଥମ ରାଜାବଳୀ 21 : 19 (ORV)
ଏହେତୁ ତୁମ୍ଭେ ତାହାକୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍ କରିଅଛ? ଆହୁରି ତୁମ୍ଭେ ତାହାକୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ ।
ପ୍ରଥମ ରାଜାବଳୀ 21 : 20 (ORV)
ତହିଁରେ ଆହାବ ଏଲୀୟଙ୍କୁ କହିଲେ, ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ? ତହୁଁ ସେ ଉତ୍ତର କଲେ, ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକିଅଛ ।
ପ୍ରଥମ ରାଜାବଳୀ 21 : 21 (ORV)
ଦେଖ, ମୁଁ ତୁମ୍ଭ ପ୍ରତି ଅମଙ୍ଗଳ ଘଟାଇବି ଓ ତୁମ୍ଭକୁ ନିଃଶେଷ ରୂପେ ଝାଟୋଇଦେବି, ପୁଣି ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଆହାବଠାରୁ ଉଚ୍ଛିନ୍ନ କରିବି ।
ପ୍ରଥମ ରାଜାବଳୀ 21 : 22 (ORV)
ପୁଣି ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ଵାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି ।
ପ୍ରଥମ ରାଜାବଳୀ 21 : 23 (ORV)
ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍‍କୁ ଖାଇବେ ।
ପ୍ରଥମ ରାଜାବଳୀ 21 : 24 (ORV)
ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ ।
ପ୍ରଥମ ରାଜାବଳୀ 21 : 25 (ORV)
ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ଵାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
ପ୍ରଥମ ରାଜାବଳୀ 21 : 26 (ORV)
ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ ।
ପ୍ରଥମ ରାଜାବଳୀ 21 : 27 (ORV)
ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି ଧୀରେ ଧୀରେ ଚାଲିଲେ ।
ପ୍ରଥମ ରାଜାବଳୀ 21 : 28 (ORV)
ତହୁଁ ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
ପ୍ରଥମ ରାଜାବଳୀ 21 : 29 (ORV)
ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁରୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29