ଦିତୀୟ ରାଜାବଳୀ 16 : 1 (ORV)
ରମଲୀୟଙ୍କର ପୁତ୍ର ପେକହଙ୍କର ଅଧିକାରର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜ୍ୟ କରିବାକୁ ଆରମ୍ଭ କଲେ ।
ଦିତୀୟ ରାଜାବଳୀ 16 : 2 (ORV)
ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ ।
ଦିତୀୟ ରାଜାବଳୀ 16 : 3 (ORV)
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖଠାରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ।
ଦିତୀୟ ରାଜାବଳୀ 16 : 4 (ORV)
ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
ଦିତୀୟ ରାଜାବଳୀ 16 : 5 (ORV)
ସେତେବେଳେ ଅରାମର ରାଜା ରତ୍ସୀନ୍ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ; ପୁଣି ସେମାନେ ଆହସ୍ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ ।
ଦିତୀୟ ରାଜାବଳୀ 16 : 6 (ORV)
ସେସମୟରେ ଅରାମର ରାଜା ରତ୍ସୀନ୍, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟ-ମାନଙ୍କୁ ଏଲତ୍ରୁ ତଡ଼ିଦେଲା; ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଅଦ୍ୟାପି ସେଠାରେ ବାସ କରୁଅଛନ୍ତି ।
ଦିତୀୟ ରାଜାବଳୀ 16 : 7 (ORV)
ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେଷର ନିକଟକୁ ଦୂତଗଣ ପଠାଇ କହିଲେ, ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ପ୍ରତିକୂଳରେ ଉଠୁଅଛନ୍ତି ।
ଦିତୀୟ ରାଜାବଳୀ 16 : 8 (ORV)
ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ ।
ଦିତୀୟ ରାଜାବଳୀ 16 : 9 (ORV)
ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରିତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍ ନଗରକୁ ନେଇଗଲା ଓ ରତ୍ସୀନ୍କୁ ବଧ କଲା ।
ଦିତୀୟ ରାଜାବଳୀ 16 : 10 (ORV)
ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍ ପିଲେଷରକୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ ।
ଦିତୀୟ ରାଜାବଳୀ 16 : 11 (ORV)
ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା ।
ଦିତୀୟ ରାଜାବଳୀ 16 : 12 (ORV)
ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ ।
ଦିତୀୟ ରାଜାବଳୀ 16 : 13 (ORV)
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ପ୍ରକ୍ଷେପ କଲେ ।
ଦିତୀୟ ରାଜାବଳୀ 16 : 14 (ORV)
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ପିତ୍ତଳ ଯଜ୍ଞବେଦିକିଣ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତରଭାଗରେ ସ୍ଥାପନ କଲେ ।
ଦିତୀୟ ରାଜାବଳୀ 16 : 15 (ORV)
ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ-ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ-ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ପ୍ରକ୍ଷେପ କର; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ ।
ଦିତୀୟ ରାଜାବଳୀ 16 : 16 (ORV)
ଏହିରୂପେ ଊରୀୟ ଯାଜକ ଆହସ୍ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା ।
ଦିତୀୟ ରାଜାବଳୀ 16 : 17 (ORV)
ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶକାଟି ତହିଁରୁ ପ୍ରକ୍ଷାଳନପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ର-ରୂପପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେସବୁର ଉପରୁ ତାହା ନେଇ ପଥରଚଟାଣ ଉପରେ ରଖିଲେ ।
ଦିତୀୟ ରାଜାବଳୀ 16 : 18 (ORV)
ଆଉ ସେମାନେ ବିଶ୍ରାମଦିନ ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବହିର୍ଦ୍ଵାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ ।
ଦିତୀୟ ରାଜାବଳୀ 16 : 19 (ORV)
ଏହି ଆହସ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
ଦିତୀୟ ରାଜାବଳୀ 16 : 20 (ORV)
ଅନନ୍ତର ଆହସ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ; ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: