ଦିତୀୟ ରାଜାବଳୀ 20 : 1 (ORV)
ସେସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା । ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ ।
ଦିତୀୟ ରାଜାବଳୀ 20 : 2 (ORV)
ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
ଦିତୀୟ ରାଜାବଳୀ 20 : 3 (ORV)
ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର । ଆଉ ହିଜକୀୟ ଅତିଶୟ ରୋଦନ କଲେ ।
ଦିତୀୟ ରାଜାବଳୀ 20 : 4 (ORV)
ଏଥି ଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
ଦିତୀୟ ରାଜାବଳୀ 20 : 5 (ORV)
ଯଥା, ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ ।
ଦିତୀୟ ରାଜାବଳୀ 20 : 6 (ORV)
ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା ।
ଦିତୀୟ ରାଜାବଳୀ 20 : 7 (ORV)
ତହୁଁ ଯିଶାଇୟ କହିଲେ, ଏକ ଡିମିରି ଚକ୍ତି ଆଣ । ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ ।
ଦିତୀୟ ରାଜାବଳୀ 20 : 8 (ORV)
ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ?
ଦିତୀୟ ରାଜାବଳୀ 20 : 9 (ORV)
ତହିଁରେ ଯିଶାଇୟ କହିଲେ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ତ ଯିବ, ଅବା ପଛକୁ ଦଶ ପାହୁଣ୍ତ ଯିବ?
ଦିତୀୟ ରାଜାବଳୀ 20 : 10 (ORV)
ତହିଁରେ ହିଜକୀୟ ଉତ୍ତର କଲେ, ଛାୟା ଆଗକୁ ଦଶ ପାହୁଣ୍ତ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ତ ଫେରିଯାଉ ।
ଦିତୀୟ ରାଜାବଳୀ 20 : 11 (ORV)
ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ; ଏଥିରେ ଆହସଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ ।
ଦିତୀୟ ରାଜାବଳୀ 20 : 12 (ORV)
ସେସମୟରେ ବଲ୍ଦନର ପୁତ୍ର ବରୋଦକ୍-ବଲଦନ୍ ନାମକ ବାବିଲ୍ର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା ।
ଦିତୀୟ ରାଜାବଳୀ 20 : 13 (ORV)
ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା ।
ଦିତୀୟ ରାଜାବଳୀ 20 : 14 (ORV)
ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲେ, ସେମାନେ ଦୂର ଦେଶ ବାବିଲ୍ରୁ ଆସିଅଛନ୍ତି ।
ଦିତୀୟ ରାଜାବଳୀ 20 : 15 (ORV)
ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖି ଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲେ, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖି-ଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ ।
ଦିତୀୟ ରାଜାବଳୀ 20 : 16 (ORV)
ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, ସଦାପ୍ରଭୁଙ୍କ ବାକ୍ୟ ଶୁଣ ।
ଦିତୀୟ ରାଜାବଳୀ 20 : 17 (ORV)
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲ୍‍କୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ ।
ଦିତୀୟ ରାଜାବଳୀ 20 : 18 (ORV)
ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ୍-ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ ।
ଦିତୀୟ ରାଜାବଳୀ 20 : 19 (ORV)
ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ । ସେ ଆହୁରି କହିଲେ, ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?
ଦିତୀୟ ରାଜାବଳୀ 20 : 20 (ORV)
ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
ଦିତୀୟ ରାଜାବଳୀ 20 : 21 (ORV)
ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: