ଦିତୀୟ ରାଜାବଳୀ 21 : 1 (ORV)
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ; ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା ।
ଦିତୀୟ ରାଜାବଳୀ 21 : 2 (ORV)
ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
ଦିତୀୟ ରାଜାବଳୀ 21 : 3 (ORV)
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ଆହାବ ରାଜା ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ ।
ଦିତୀୟ ରାଜାବଳୀ 21 : 4 (ORV)
ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ ।
ଦିତୀୟ ରାଜାବଳୀ 21 : 5 (ORV)
ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ ।
ଦିତୀୟ ରାଜାବଳୀ 21 : 6 (ORV)
ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିୟା ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ ।
ଦିତୀୟ ରାଜାବଳୀ 21 : 7 (ORV)
ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ; ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା;
ଦିତୀୟ ରାଜାବଳୀ 21 : 8 (ORV)
ପୁଣି ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ ।
ଦିତୀୟ ରାଜାବଳୀ 21 : 9 (ORV)
ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟ-ମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ ।
ଦିତୀୟ ରାଜାବଳୀ 21 : 10 (ORV)
ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍-ବକ୍ତାଗଣ ଦ୍ଵାରା ଏହି କଥା କହିଲେ,
ଦିତୀୟ ରାଜାବଳୀ 21 : 11 (ORV)
ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ଵାରା ପାପ କରାଇଅଛି⇧ ।
ଦିତୀୟ ରାଜାବଳୀ 21 : 12 (ORV)
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ ।
ଦିତୀୟ ରାଜାବଳୀ 21 : 13 (ORV)
ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା ।
ଦିତୀୟ ରାଜାବଳୀ 21 : 14 (ORV)
ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ଵରୂପ ହେବେ;
ଦିତୀୟ ରାଜାବଳୀ 21 : 15 (ORV)
କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି ।
ଦିତୀୟ ରାଜାବଳୀ 21 : 16 (ORV)
ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ଵାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ ।
ଦିତୀୟ ରାଜାବଳୀ 21 : 17 (ORV)
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
ଦିତୀୟ ରାଜାବଳୀ 21 : 18 (ORV)
ଅନନ୍ତର ମନଃଶି ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍, ଉଷର ଉଦ୍ୟାନରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ ।
ଦିତୀୟ ରାଜାବଳୀ 21 : 19 (ORV)
ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ ।
ଦିତୀୟ ରାଜାବଳୀ 21 : 20 (ORV)
ପୁଣି ଆମୋନ୍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
ଦିତୀୟ ରାଜାବଳୀ 21 : 21 (ORV)
ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ ।
ଦିତୀୟ ରାଜାବଳୀ 21 : 22 (ORV)
ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ଵରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ ।
ଦିତୀୟ ରାଜାବଳୀ 21 : 23 (ORV)
ଆମୋନ୍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରା; କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ ।
ଦିତୀୟ ରାଜାବଳୀ 21 : 24 (ORV)
ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ; ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ ।
ଦିତୀୟ ରାଜାବଳୀ 21 : 25 (ORV)
ଏହି ଆମୋନ୍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
ଦିତୀୟ ରାଜାବଳୀ 21 : 26 (ORV)
ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ; ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: