ଦିତୀୟ ରାଜାବଳୀ 22 : 1 (ORV)
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉଣସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ ।
ଦିତୀୟ ରାଜାବଳୀ 22 : 2 (ORV)
ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ଦକ୍ଷିଣରେ କି ବାମରେ ଫେରିଲେ ନାହିଁ ।
ଦିତୀୟ ରାଜାବଳୀ 22 : 3 (ORV)
ଅନନ୍ତର ଯୋଶୀୟ ରାଜାଙ୍କର ଅଧିକାରର ଅଠର ବର୍ଷରେ ରାଜା, ମଶୁଲ୍ଲମର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକକୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
ଦିତୀୟ ରାଜାବଳୀ 22 : 4 (ORV)
ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ଵାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ ।
ଦିତୀୟ ରାଜାବଳୀ 22 : 5 (ORV)
ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ-କର୍ମକାରୀ-ମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,
ଦିତୀୟ ରାଜାବଳୀ 22 : 6 (ORV)
ଅର୍ଥାତ୍, ସୂତ୍ରଧର ଓ ଗାନ୍ଥକ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନସ୍ଥାନ ପୁନର୍ନିର୍ମାଣ କରିବା ପାଇଁ ଓ ଗୃହର ପୁନର୍ନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ ।
ଦିତୀୟ ରାଜାବଳୀ 22 : 7 (ORV)
ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ; କାରଣ ସେମାନେ ବିଶ୍ଵସ୍ତ ରୂପେ କାର୍ଯ୍ୟ କଲେ ।
ଦିତୀୟ ରାଜାବଳୀ 22 : 8 (ORV)
ସେତେବେଳେ ହିଲକୀୟ ମହାଯାଜକ ଶାଫନ୍ ଲେଖକକୁ କହିଲା, ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ । ଆଉ ହିଲ୍‍କୀୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା ।
ଦିତୀୟ ରାଜାବଳୀ 22 : 9 (ORV)
ଏଉତ୍ତାରେ ଶାଫନ୍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ଵାଦ ଦେଇ କହିଲା, ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ-କର୍ମକାରୀ-ମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
ଦିତୀୟ ରାଜାବଳୀ 22 : 10 (ORV)
ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା ।
ଦିତୀୟ ରାଜାବଳୀ 22 : 11 (ORV)
ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ ।
ଦିତୀୟ ରାଜାବଳୀ 22 : 12 (ORV)
ପୁଣି ରାଜା ହିଲ୍‍କୀୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମ୍କୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକକୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
ଦିତୀୟ ରାଜାବଳୀ 22 : 13 (ORV)
ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନୋହିବାରୁ ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ଵଳିତ କ୍ରୋଧ ଗୁରୁତର ହୋଇଅଛି ।
ଦିତୀୟ ରାଜାବଳୀ 22 : 14 (ORV)
ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ଵିତୀୟ ବିଭାଗରେ ବାସ କରୁଥିଲା; ଆଉ ସେମାନେ ତାହା ସଙ୍ଗେ କଥୋପ-କଥନ କଲେ ।
ଦିତୀୟ ରାଜାବଳୀ 22 : 15 (ORV)
ତହିଁରେ ସେ ସେମାନଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,
ଦିତୀୟ ରାଜାବଳୀ 22 : 16 (ORV)
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଯିହୁଦାର ରାଜା ଏହି ପୁସ୍ତକର ଯେ ଯେ ବାକ୍ୟ ପାଠ କରିଅଛି, ସେସମସ୍ତ ଘଟାଇବା;
ଦିତୀୟ ରାଜାବଳୀ 22 : 17 (ORV)
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ ଓ ତାହା ନିର୍ବାଣ ନୋହିବ ।
ଦିତୀୟ ରାଜାବଳୀ 22 : 18 (ORV)
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା-ରାଜା, ତାଙ୍କୁ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍, ସେମାନେ ଯେ ଧ୍ଵଂସର ଓ ଅଭିଶାପର ପାତ୍ରହେବେ,
ଦିତୀୟ ରାଜାବଳୀ 22 : 19 (ORV)
ଏହା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ ।
ଦିତୀୟ ରାଜାବଳୀ 22 : 20 (ORV)
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ । ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: