ଦିତୀୟ ରାଜାବଳୀ 24 : 1 (ORV)
ତାଙ୍କର ଅଧିକାରର ସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସର ଆସନ୍ତେ, ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ ।
ଦିତୀୟ ରାଜାବଳୀ 24 : 2 (ORV)
ଏଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ; ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ ।
ଦିତୀୟ ରାଜାବଳୀ 24 : 3 (ORV)
ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ
ଦିତୀୟ ରାଜାବଳୀ 24 : 4 (ORV)
ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା; ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ନୋହିଲେ ।
ଦିତୀୟ ରାଜାବଳୀ 24 : 5 (ORV)
ଏହି ଯିହୋୟାକୀମଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
ଦିତୀୟ ରାଜାବଳୀ 24 : 6 (ORV)
ଏଉତ୍ତାରେ ଯିହୋୟାକୀମ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ ।
ଦିତୀୟ ରାଜାବଳୀ 24 : 7 (ORV)
ଏଥି ଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲ୍ର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ ।
ଦିତୀୟ ରାଜାବଳୀ 24 : 8 (ORV)
ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା ।
ଦିତୀୟ ରାଜାବଳୀ 24 : 9 (ORV)
ଯିହୋୟାଖିନ୍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
ଦିତୀୟ ରାଜାବଳୀ 24 : 10 (ORV)
ସେସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା ।
ଦିତୀୟ ରାଜାବଳୀ 24 : 11 (ORV)
ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସର ନଗରରେ ଉପସ୍ଥିତ ହେଲା ।
ଦିତୀୟ ରାଜାବଳୀ 24 : 12 (ORV)
ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ୍-ରାଜା ନିକଟକୁ ବାହାରି ଗଲେ; ପୁଣି ବାବିଲ୍-ରାଜା ଆପଣା ଅଧିକାରର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା ।
ଦିତୀୟ ରାଜାବଳୀ 24 : 13 (ORV)
ଆଉ ସେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ଵର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ତ ଖଣ୍ତ କରି କାଟି ପକାଇଲେ ।
ଦିତୀୟ ରାଜାବଳୀ 24 : 14 (ORV)
ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା; ଦେଶର ନିତା; ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ ।
ଦିତୀୟ ରାଜାବଳୀ 24 : 15 (ORV)
ଆହୁରି ସେ ଯିହୋୟାଖୀନ୍‍ଙ୍କୁ ବାବିଲ୍‍କୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପନିୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲ୍‍କୁ ନେଇଗଲା ।
ଦିତୀୟ ରାଜାବଳୀ 24 : 16 (ORV)
ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ୍-ରାଜା ବନ୍ଦୀ କରି ବାବିଲ୍‍କୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ ।
ଦିତୀୟ ରାଜାବଳୀ 24 : 17 (ORV)
ପୁଣି ବାବିଲ୍ର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା ।
ଦିତୀୟ ରାଜାବଳୀ 24 : 18 (ORV)
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା-ନିବାସୀ ଯିରିମୀୟର କନ୍ୟା ।
ଦିତୀୟ ରାଜାବଳୀ 24 : 19 (ORV)
ଆଉ ସେ ଯିହୋୟାକୀମ୍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
ଦିତୀୟ ରାଜାବଳୀ 24 : 20 (ORV)
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟନା ଘଟିଲା; ଆଉ ସିଦିକୀୟ ବାବିଲରାଜାର ବିଦ୍ରୋହୀ ହେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: