ପ୍ରଥମ ବଂଶାବଳୀ 11 : 1 (ORV)
ଅନନ୍ତର ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ ।
ପ୍ରଥମ ବଂଶାବଳୀ 11 : 2 (ORV)
ଗତ କାଳରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ ।
ପ୍ରଥମ ବଂଶାବଳୀ 11 : 3 (ORV)
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ ।
ପ୍ରଥମ ବଂଶାବଳୀ 11 : 4 (ORV)
ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ ।
ପ୍ରଥମ ବଂଶାବଳୀ 11 : 5 (ORV)
ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏସ୍ଥାନକୁ ଆସି ପାରିବ ନାହିଁ । ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା ।
ପ୍ରଥମ ବଂଶାବଳୀ 11 : 6 (ORV)
ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ । ତହିଁରେ ସରୁୟାର ପୁତ୍ର ଯୋୟାବ୍ ପ୍ରଥମେ ଗଲା ଓ ପ୍ରଧାନ କରାଗଲା ।
ପ୍ରଥମ ବଂଶାବଳୀ 11 : 7 (ORV)
ପୁଣି ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ ।
ପ୍ରଥମ ବଂଶାବଳୀ 11 : 8 (ORV)
ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦିଗରେ ନଗର ନିର୍ମାଣ କଲେ; ପୁଣି ଯୋୟାବ୍ ନଗରର ଅବଶିଷ୍ଟ ସ୍ଥାନ ପୁନର୍ନିର୍ମାଣ କଲେ ।
ପ୍ରଥମ ବଂଶାବଳୀ 11 : 9 (ORV)
ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାଙ୍କର ସହାୟ ଥିଲେ ।
ପ୍ରଥମ ବଂଶାବଳୀ 11 : 10 (ORV)
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ ।
ପ୍ରଥମ ବଂଶାବଳୀ 11 : 11 (ORV)
ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା ।
ପ୍ରଥମ ବଂଶାବଳୀ 11 : 12 (ORV)
ପୁଣି ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା ।
ପ୍ରଥମ ବଂଶାବଳୀ 11 : 13 (ORV)
ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ତେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
ପ୍ରଥମ ବଂଶାବଳୀ 11 : 14 (ORV)
ଏଥିରେ ସେମାନେ ସେହି ଭୂମିଖଣ୍ତ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁ ମହାଜୟ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ ।
ପ୍ରଥମ ବଂଶାବଳୀ 11 : 15 (ORV)
ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଗଲେ । ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ ।
ପ୍ରଥମ ବଂଶାବଳୀ 11 : 16 (ORV)
ପୁଣି ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ ।
ପ୍ରଥମ ବଂଶାବଳୀ 11 : 17 (ORV)
ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପଜଳ ପାନ କରିବାକୁ ମୋତେ ଦିଅନ୍ତା କି!
ପ୍ରଥମ ବଂଶାବଳୀ 11 : 18 (ORV)
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
ପ୍ରଥମ ବଂଶାବଳୀ 11 : 19 (ORV)
ମୋʼ ପରମେଶ୍ଵର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି । ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ । ଏହି ସକଳ କର୍ମ ସେହି ତିନି ବୀର କରିଥିଲେ ।
ପ୍ରଥମ ବଂଶାବଳୀ 11 : 20 (ORV)
ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା ।
ପ୍ରଥମ ବଂଶାବଳୀ 11 : 21 (ORV)
ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା ।
ପ୍ରଥମ ବଂଶାବଳୀ 11 : 22 (ORV)
ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା ।
ପ୍ରଥମ ବଂଶାବଳୀ 11 : 23 (ORV)
ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା ।
ପ୍ରଥମ ବଂଶାବଳୀ 11 : 24 (ORV)
ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା ।
ପ୍ରଥମ ବଂଶାବଳୀ 11 : 25 (ORV)
ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ ।
ପ୍ରଥମ ବଂଶାବଳୀ 11 : 26 (ORV)
ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;
ପ୍ରଥମ ବଂଶାବଳୀ 11 : 27 (ORV)
ହରୋରୀୟ ଶମ୍ମୋତ୍, ପଲୋନୀୟ ହେଲସ୍,
ପ୍ରଥମ ବଂଶାବଳୀ 11 : 28 (ORV)
ତକୋୟୀୟ ଇକ୍କେଶର ପୁତ୍ର ଇରା, ଅନାଥୋତୀୟ ଅବୀୟେସର;
ପ୍ରଥମ ବଂଶାବଳୀ 11 : 29 (ORV)
ହୁଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;
ପ୍ରଥମ ବଂଶାବଳୀ 11 : 30 (ORV)
ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍;
ପ୍ରଥମ ବଂଶାବଳୀ 11 : 31 (ORV)
ବିନ୍ୟାମୀନ-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
ପ୍ରଥମ ବଂଶାବଳୀ 11 : 32 (ORV)
ଗାଶ୍ ନଦୀ ତୀର ନିବାସୀ ହୂରୟ, ଅର୍ବ୍ବତୀୟ ଅବୀୟେଲ;
ପ୍ରଥମ ବଂଶାବଳୀ 11 : 33 (ORV)
ବାହାରୁମୀୟ ଅସ୍ମାବତ୍, ଶାଲବେନୀୟ ଇଲୀୟହବ;
ପ୍ରଥମ ବଂଶାବଳୀ 11 : 34 (ORV)
ଗିଷୋନୀୟ ହାଷେମ୍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ;
ପ୍ରଥମ ବଂଶାବଳୀ 11 : 35 (ORV)
ହରାରୀୟ ସାଖରର ପୁତ୍ର ଅହୀୟାମ୍, ଊରର ପୁତ୍ର ଇଲୀଫାଲ;
ପ୍ରଥମ ବଂଶାବଳୀ 11 : 36 (ORV)
ମଖେରାତୀୟ ହେଫର୍, ପଲୋନୀୟ ଅହୀୟ;
ପ୍ରଥମ ବଂଶାବଳୀ 11 : 37 (ORV)
କର୍ମିଲୀୟ ହିଷ୍ରୟ, ଇଷ୍ବୟର ପୁତ୍ର ନାରୟ;
ପ୍ରଥମ ବଂଶାବଳୀ 11 : 38 (ORV)
ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର;
ପ୍ରଥମ ବଂଶାବଳୀ 11 : 39 (ORV)
ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
ପ୍ରଥମ ବଂଶାବଳୀ 11 : 40 (ORV)
ଯିତ୍ରୀୟ ଗାରେବ୍;
ପ୍ରଥମ ବଂଶାବଳୀ 11 : 41 (ORV)
ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍,
ପ୍ରଥମ ବଂଶାବଳୀ 11 : 42 (ORV)
ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;
ପ୍ରଥମ ବଂଶାବଳୀ 11 : 43 (ORV)
ମାଖାର ପୁତ୍ର ହାନନ୍, ମିନିୀୟ ଯୋଶାଫଟ୍;
ପ୍ରଥମ ବଂଶାବଳୀ 11 : 44 (ORV)
ଅଷ୍ଟାରୋତୀୟ ଉଷୀୟ; ଅରୋୟେରୀୟ ହୋଥମ୍ର ପୁତ୍ର ଶାମ୍ ଓ ଯିୟୀୟେଲ୍;
ପ୍ରଥମ ବଂଶାବଳୀ 11 : 45 (ORV)
ଶିମ୍ରିର ପୁତ୍ର ଯିଦୀୟେଲ୍ ଓ ତାହାର ଭ୍ରାତା ତୀଷୀୟ ଯୋହା;
ପ୍ରଥମ ବଂଶାବଳୀ 11 : 46 (ORV)
ମହବୀୟ, ଇଲୀୟେଲ୍, ଇଲ୍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା;
ପ୍ରଥମ ବଂଶାବଳୀ 11 : 47 (ORV)
ଇଲୀୟେଲ୍ ଓ ଓବେଦ୍ ଓ ମସୋବାୟୀୟ ଯାସୀୟେଲ୍ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47

BG:

Opacity:

Color:


Size:


Font: