ପ୍ରଥମ ବଂଶାବଳୀ 12 : 1 (ORV)
ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେସମୟରେ ଏହି ଲୋକମାନେ ସିକ୍ଳଗ୍କୁ ତାଙ୍କ କତିକି ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ ।
ପ୍ରଥମ ବଂଶାବଳୀ 12 : 2 (ORV)
ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ ।
ପ୍ରଥମ ବଂଶାବଳୀ 12 : 3 (ORV)
ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍ ଓ ପେଲଟ୍ ଓ ଅନାଥୋତୀୟ ବରାଖା ଓ ଯେହୂ;
ପ୍ରଥମ ବଂଶାବଳୀ 12 : 4 (ORV)
ପୁଣି ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ୍ ଓ ଯୋହାନନ୍ ଓ ଗଦେରାଥୀୟ ଯୋଷାବଦ୍;
ପ୍ରଥମ ବଂଶାବଳୀ 12 : 5 (ORV)
ଇଲିୟଷୟ ଓ ଯିରେମୋତ୍ ଓ ବାଲୀୟା ଓ ଶମରୀୟ ଓ ହରୂଫୀୟ ଶଫ୍ଟୀୟ;
ପ୍ରଥମ ବଂଶାବଳୀ 12 : 6 (ORV)
କୋରହୀୟ ଇଲ୍‍କାନା ଓ ଯିଶୀୟ ଓ ଅସରେଲ୍ ଓ ଯୋୟେଷର୍ ଓ ଯାଶ୍ବୀୟାମ୍;
ପ୍ରଥମ ବଂଶାବଳୀ 12 : 7 (ORV)
ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ ।
ପ୍ରଥମ ବଂଶାବଳୀ 12 : 8 (ORV)
ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ୍ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ ।
ପ୍ରଥମ ବଂଶାବଳୀ 12 : 9 (ORV)
ପ୍ରଥମ ଏସର୍, ଦ୍ଵିତୀୟ ଓବଦୀୟ, ତୃତୀୟ ଇଲୀୟାବ୍,
ପ୍ରଥମ ବଂଶାବଳୀ 12 : 10 (ORV)
ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,
ପ୍ରଥମ ବଂଶାବଳୀ 12 : 11 (ORV)
ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍;
ପ୍ରଥମ ବଂଶାବଳୀ 12 : 12 (ORV)
ଅଷ୍ଟମ ଯୋହାନନ୍, ନବମ ଇଲ୍ସାବଦ୍;
ପ୍ରଥମ ବଂଶାବଳୀ 12 : 13 (ORV)
ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ ।
ପ୍ରଥମ ବଂଶାବଳୀ 12 : 14 (ORV)
ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା ।
ପ୍ରଥମ ବଂଶାବଳୀ 12 : 15 (ORV)
ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକାସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ ।
ପ୍ରଥମ ବଂଶାବଳୀ 12 : 16 (ORV)
ଆହୁରି ବିନ୍ୟାମୀନ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ ।
ପ୍ରଥମ ବଂଶାବଳୀ 12 : 17 (ORV)
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯେବେ ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ କତିକି ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯେବେ ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ଵର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ ।
ପ୍ରଥମ ବଂଶାବଳୀ 12 : 18 (ORV)
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ଵର ତୁମ୍ଭର ସାହାଯ୍ୟ କରନ୍ତି । ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ ।
ପ୍ରଥମ ବଂଶାବଳୀ 12 : 19 (ORV)
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶୀୟ-ମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ ।
ପ୍ରଥମ ବଂଶାବଳୀ 12 : 20 (ORV)
ଦାଉଦ ସିକ୍ଳଗ୍କୁ ଯିବା ବେଳେ ମନଃଶି ସମ୍ଵନ୍ଧୀୟ ଅଦ୍ନହ ଓ ଯୋଷାବଦ୍ ଓ ଯିଦୀୟେଲ ଓ ମୀଖାୟେଲ ଓ ଯୋଷାବଦ୍ ଓ ଇଲିହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ ।
ପ୍ରଥମ ବଂଶାବଳୀ 12 : 21 (ORV)
ଆଉ ସେମାନେ ଲୁଟକାରୀ ଦଳ ପ୍ରତିକୂଳରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ ।
ପ୍ରଥମ ବଂଶାବଳୀ 12 : 22 (ORV)
ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ଵରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା ।
ପ୍ରଥମ ବଂଶାବଳୀ 12 : 23 (ORV)
ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ କତିକି ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି ।
ପ୍ରଥମ ବଂଶାବଳୀ 12 : 24 (ORV)
ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ ।
ପ୍ରଥମ ବଂଶାବଳୀ 12 : 25 (ORV)
ଶିମୀୟୋନ୍-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ ।
ପ୍ରଥମ ବଂଶାବଳୀ 12 : 26 (ORV)
ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ ।
ପ୍ରଥମ ବଂଶାବଳୀ 12 : 27 (ORV)
ପୁଣି ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ ।
ପ୍ରଥମ ବଂଶାବଳୀ 12 : 28 (ORV)
ଆଉ ସାଦୋକ୍ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ ।
ପ୍ରଥମ ବଂଶାବଳୀ 12 : 29 (ORV)
ଶାଉଲଙ୍କର ଜ୍ଞାତି ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ଵୀକାର କଲେ ।
ପ୍ରଥମ ବଂଶାବଳୀ 12 : 30 (ORV)
ଇଫ୍ରୟିମ୍-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ ।
ପ୍ରଥମ ବଂଶାବଳୀ 12 : 31 (ORV)
ପୁଣି ମନଃଶିର ଅର୍ଦ୍ଧବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ଆସିବାକୁ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ ।
ପ୍ରଥମ ବଂଶାବଳୀ 12 : 32 (ORV)
ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ ।
ପ୍ରଥମ ବଂଶାବଳୀ 12 : 33 (ORV)
ସବୂଲୂନ୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ଵିମନା ନ ଥିଲେ ।
ପ୍ରଥମ ବଂଶାବଳୀ 12 : 34 (ORV)
ପୁଣି ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ ।
ପ୍ରଥମ ବଂଶାବଳୀ 12 : 35 (ORV)
ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ ।
ପ୍ରଥମ ବଂଶାବଳୀ 12 : 36 (ORV)
ଆଶେର୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ ।
ପ୍ରଥମ ବଂଶାବଳୀ 12 : 37 (ORV)
ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ ଓ ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ।
ପ୍ରଥମ ବଂଶାବଳୀ 12 : 38 (ORV)
ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ ।
ପ୍ରଥମ ବଂଶାବଳୀ 12 : 39 (ORV)
ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ ।
ପ୍ରଥମ ବଂଶାବଳୀ 12 : 40 (ORV)
ଆହୁରି ଇଷାଖର ଓ ସବୂଲୂନ୍ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ ଓ ଉଷ୍ଟ୍ର ଓ ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମିରିଚକ୍ତି ଓ ଦ୍ରାକ୍ଷାପେଣ୍ତା ଓ ଦ୍ରାକ୍ଷାରସ ଓ ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40

BG:

Opacity:

Color:


Size:


Font: