ପ୍ରଥମ ବଂଶାବଳୀ 21 : 1 (ORV)
ଅନନ୍ତର ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା ।
ପ୍ରଥମ ବଂଶାବଳୀ 21 : 2 (ORV)
ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ଵାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।
ପ୍ରଥମ ବଂଶାବଳୀ 21 : 3 (ORV)
ଏଥିରେ ଯୋୟାବ କହିଲା, ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର ହେ ମୋʼ ପ୍ରଭୁ ମହାରାଜ, ସେସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?
ପ୍ରଥମ ବଂଶାବଳୀ 21 : 4 (ORV)
ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା । ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା ।
ପ୍ରଥମ ବଂଶାବଳୀ 21 : 5 (ORV)
ପୁଣି ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା । ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ଼୍‍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ଼୍‍ଗଧାରୀ ଲୋକ ଥିଲେ ।
ପ୍ରଥମ ବଂଶାବଳୀ 21 : 6 (ORV)
ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା ।
ପ୍ରଥମ ବଂଶାବଳୀ 21 : 7 (ORV)
ଆଉ ପରମେଶ୍ଵର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ ।
ପ୍ରଥମ ବଂଶାବଳୀ 21 : 8 (ORV)
ତହୁଁ ଦାଉଦ ପରମେଶ୍ଵରଙ୍କୁ କହିଲେ, ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି ।
ପ୍ରଥମ ବଂଶାବଳୀ 21 : 9 (ORV)
ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ,
ପ୍ରଥମ ବଂଶାବଳୀ 21 : 10 (ORV)
ଯାଅ, ଦାଉଦକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ ।
ପ୍ରଥମ ବଂଶାବଳୀ 21 : 11 (ORV)
ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
ପ୍ରଥମ ବଂଶାବଳୀ 21 : 12 (ORV)
ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ଼୍‍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ଼୍‍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ । ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର ।
ପ୍ରଥମ ବଂଶାବଳୀ 21 : 13 (ORV)
ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ ।
ପ୍ରଥମ ବଂଶାବଳୀ 21 : 14 (ORV)
ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମାରା ପଡ଼ିଲେ ।
ପ୍ରଥମ ବଂଶାବଳୀ 21 : 15 (ORV)
ଏଉତ୍ତାରେ ପରମେଶ୍ଵର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର । ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା ।
ପ୍ରଥମ ବଂଶାବଳୀ 21 : 16 (ORV)
ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ଼୍‍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ । ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ ।
ପ୍ରଥମ ବଂଶାବଳୀ 21 : 17 (ORV)
ପୁଣି ଦାଉଦ ପରମେଶ୍ଵରଙ୍କୁ କହିଲେ, ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ଵର, ତୁମ୍ଭ ହସ୍ତ ମୋʼ ପ୍ରତିକୂଳରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ ।
ପ୍ରଥମ ବଂଶାବଳୀ 21 : 18 (ORV)
ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ ।
ପ୍ରଥମ ବଂଶାବଳୀ 21 : 19 (ORV)
ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍ର ବାକ୍ୟାନୁସାରେ ଦାଉଦ ଗଲେ ।
ପ୍ରଥମ ବଂଶାବଳୀ 21 : 20 (ORV)
ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ ।
ପ୍ରଥମ ବଂଶାବଳୀ 21 : 21 (ORV)
ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା ।
ପ୍ରଥମ ବଂଶାବଳୀ 21 : 22 (ORV)
ତେବେ ଦାଉଦ ଅରଣନକୁ କହିଲେ, ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ ।
ପ୍ରଥମ ବଂଶାବଳୀ 21 : 23 (ORV)
ତହୁଁ ଅରଣନ ଦାଉଦଙ୍କୁ କହିଲା, ନେଉନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ-ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି ।
ପ୍ରଥମ ବଂଶାବଳୀ 21 : 24 (ORV)
ଏଥିରେ ଦାଉଦ ରାଜା ଅରଣନକୁ କହିଲେ, ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ ।
ପ୍ରଥମ ବଂଶାବଳୀ 21 : 25 (ORV)
ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ ।
ପ୍ରଥମ ବଂଶାବଳୀ 21 : 26 (ORV)
ପୁଣି ଦାଉଦ ସେସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ଵାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ ।
ପ୍ରଥମ ବଂଶାବଳୀ 21 : 27 (ORV)
ପୁଣି ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ଼୍‍ଗ ପୁନର୍ବାର ତହିଁର କୋଷରେ ରଖିଲା ।
ପ୍ରଥମ ବଂଶାବଳୀ 21 : 28 (ORV)
ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ ।
ପ୍ରଥମ ବଂଶାବଳୀ 21 : 29 (ORV)
କାରଣ ପ୍ରାନ୍ତରରେ ମୋଶାନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେସମୟରେ ଗିବୀୟୋନସ୍ଥ ଉଚ୍ଚସ୍ଥଳୀରେ ଥିଲା।
ପ୍ରଥମ ବଂଶାବଳୀ 21 : 30 (ORV)
ମାତ୍ର ଦାଉଦ ପରମେଶ୍ଵରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ ସେ ସଦାପ୍ରଭୁଙ୍କ ଦୂତର ଖଡ଼୍‍ଗ ସକାଶୁ ଭୀତ ହୋଇଥିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: