ପ୍ରଥମ ବଂଶାବଳୀ 22 : 1 (ORV)
ସେତେବେଳେ ଦାଉଦ କହିଲେ, ଏହି ଗୃହ ସଦାପ୍ରଭୁ ପରମେଶ୍ଵରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର ।
ପ୍ରଥମ ବଂଶାବଳୀ 22 : 2 (ORV)
ଅନନ୍ତର ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ ।
ପ୍ରଥମ ବଂଶାବଳୀ 22 : 3 (ORV)
ଆଉ ଦାଉଦ ଦ୍ଵାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ବିସ୍ତର ଲୁହା ଓ ଅପରିମିତ ବିସ୍ତର ପିତ୍ତଳ ପ୍ରସ୍ତୁତ କଲେ ।
ପ୍ରଥମ ବଂଶାବଳୀ 22 : 4 (ORV)
ଆଉ, ଅସଂଖ୍ୟ ଏରସକାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ବିସ୍ତର ଏରସକାଷ୍ଠ ଆଣିଲେ ।
ପ୍ରଥମ ବଂଶାବଳୀ 22 : 5 (ORV)
ଆଉ ଦାଉଦ କହିଲେ, ମୋʼ ପୁତ୍ର ଶଲୋମନ ଅଳ୍ପ-ବୟସ୍କ ଓ କୋମଳ, ପୁଣି ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ହେତୁରୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ଵିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି । ଏହିପରି ଦାଉଦ ଆପଣା ମୃତ୍ୟୁପୂର୍ବେ ବିସ୍ତର ରୂପେ ଆୟୋଜନ କଲେ ।
ପ୍ରଥମ ବଂଶାବଳୀ 22 : 6 (ORV)
ଅନନ୍ତର ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ ।
ପ୍ରଥମ ବଂଶାବଳୀ 22 : 7 (ORV)
ଆଉ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ।
ପ୍ରଥମ ବଂଶାବଳୀ 22 : 8 (ORV)
ମାତ୍ର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ବିସ୍ତର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ବିସ୍ତର ରକ୍ତପାତ କରିଅଛ ।
ପ୍ରଥମ ବଂଶାବଳୀ 22 : 9 (ORV)
ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;
ପ୍ରଥମ ବଂଶାବଳୀ 22 : 10 (ORV)
ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନ; କାଳ ସ୍ଥାପନ କରିବା ।
ପ୍ରଥମ ବଂଶାବଳୀ 22 : 11 (ORV)
ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର ।
ପ୍ରଥମ ବଂଶାବଳୀ 22 : 12 (ORV)
କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦେଉନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବ୍ୟବସ୍ଥା ପାଳନ କରି ପାରିବ ।
ପ୍ରଥମ ବଂଶାବଳୀ 22 : 13 (ORV)
ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେ ଯେ ବିଧି ଓ ଶାସନ ଦେଇଅଛନ୍ତି, ସେସବୁ ଯେବେ ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ ।
ପ୍ରଥମ ବଂଶାବଳୀ 22 : 14 (ORV)
ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳ; ସୁନା ଓ ଦଶ ଲକ୍ଷ ତାଳ; ରୂପା; ଆଉ ଅପରିମିତ ବିସ୍ତର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ ।
ପ୍ରଥମ ବଂଶାବଳୀ 22 : 15 (ORV)
ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;
ପ୍ରଥମ ବଂଶାବଳୀ 22 : 16 (ORV)
ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ ।
ପ୍ରଥମ ବଂଶାବଳୀ 22 : 17 (ORV)
ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,
ପ୍ରଥମ ବଂଶାବଳୀ 22 : 18 (ORV)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ସବୁଆଡ଼େ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି ।
ପ୍ରଥମ ବଂଶାବଳୀ 22 : 19 (ORV)
ଏଣୁ ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ଵରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ଵରଙ୍କର ଆବାସ ନିର୍ମାଣ କର ।

1 2 3 4 5 6 7 8 9 10 11 12 13 14 15 16 17 18 19

BG:

Opacity:

Color:


Size:


Font: