ଦିତୀୟ ବଂଶାବଳୀ 15 : 1 (ORV)
ଅନନ୍ତର ପରମେଶ୍ଵରଙ୍କ ଆତ୍ମା ଓଦେଦ୍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;
ଦିତୀୟ ବଂଶାବଳୀ 15 : 2 (ORV)
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯେବେ ତୁମ୍ଭେମାନେ ତାହାଙ୍କ ଅନ୍ଵେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯେବେ ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ ।
ଦିତୀୟ ବଂଶାବଳୀ 15 : 3 (ORV)
ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ଵର-ବିହୀନ ଓ ଶିକ୍ଷାଦାୟୀ-ଯାଜକ-ବିହୀନ ଓ ବ୍ୟବସ୍ଥା-ବିହୀନ ହୋଇଥିଲେ⇧ ।
ଦିତୀୟ ବଂଶାବଳୀ 15 : 4 (ORV)
ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରି ତାହାଙ୍କର ଅନ୍ଵେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ ।
ଦିତୀୟ ବଂଶାବଳୀ 15 : 5 (ORV)
ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ ।
ଦିତୀୟ ବଂଶାବଳୀ 15 : 6 (ORV)
ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ଵର ସର୍ବପ୍ରକାର ସଂକଟ ଦ୍ଵାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ ।
ଦିତୀୟ ବଂଶାବଳୀ 15 : 7 (ORV)
ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ ।
ଦିତୀୟ ବଂଶାବଳୀ 15 : 8 (ORV)
ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍-ବକ୍ତାର ଭବିଷ୍ୟତ୍ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବରଣ୍ତା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ ।
ଦିତୀୟ ବଂଶାବଳୀ 15 : 9 (ORV)
ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ଵର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ ।
ଦିତୀୟ ବଂଶାବଳୀ 15 : 10 (ORV)
ଏହେତୁ ଆସାଙ୍କର ଅଧିକାରର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ ।
ଦିତୀୟ ବଂଶାବଳୀ 15 : 11 (ORV)
ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ
ଦିତୀୟ ବଂଶାବଳୀ 15 : 12 (ORV)
ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କର ଅନ୍ଵେଷଣ କରିବାକୁ,
ଦିତୀୟ ବଂଶାବଳୀ 15 : 13 (ORV)
ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ଅନ୍ଵେଷଣ ନ କରିବ, ତାହାର ପ୍ରାଣଦଣ୍ତ ହେବ ବୋଲି ନିୟମ କଲେ⇧ ।
ଦିତୀୟ ବଂଶାବଳୀ 15 : 14 (ORV)
ଆହୁରି ସେମାନେ ଉଚ୍ଚୈଃସ୍ଵରରେ ଜୟଧ୍ଵନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ ।
ଦିତୀୟ ବଂଶାବଳୀ 15 : 15 (ORV)
ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ଵେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ ।
ଦିତୀୟ ବଂଶାବଳୀ 15 : 16 (ORV)
ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରାଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ ।
ଦିତୀୟ ବଂଶାବଳୀ 15 : 17 (ORV)
ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା ।
ଦିତୀୟ ବଂଶାବଳୀ 15 : 18 (ORV)
ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ଵରଙ୍କ ଗୃହକୁ ଆଣିଲେ ।
ଦିତୀୟ ବଂଶାବଳୀ 15 : 19 (ORV)
ପୁଣି, ଆସାଙ୍କର ଅଧିକାରର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ନୋହିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19

BG:

Opacity:

Color:


Size:


Font: