ଦିତୀୟ ବଂଶାବଳୀ 19 : 1 (ORV)
ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ ।
ଦିତୀୟ ବଂଶାବଳୀ 19 : 2 (ORV)
ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, ଦୁଷ୍ଟ-ମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ ।
ଦିତୀୟ ବଂଶାବଳୀ 19 : 3 (ORV)
ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରି ଦେଇଅଛ ଓ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି ।
ଦିତୀୟ ବଂଶାବଳୀ 19 : 4 (ORV)
ପୁଣି ଯିହୋଶାଫଟ୍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ଵରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ ।
ଦିତୀୟ ବଂଶାବଳୀ 19 : 5 (ORV)
ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ
ଦିତୀୟ ବଂଶାବଳୀ 19 : 6 (ORV)
ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି ।
ଦିତୀୟ ବଂଶାବଳୀ 19 : 7 (ORV)
ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ ।
ଦିତୀୟ ବଂଶାବଳୀ 19 : 8 (ORV)
ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ । ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ ।
ଦିତୀୟ ବଂଶାବଳୀ 19 : 9 (ORV)
ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ଵସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର ।
ଦିତୀୟ ବଂଶାବଳୀ 19 : 10 (ORV)
ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ଵାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ⇧; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ ।
ଦିତୀୟ ବଂଶାବଳୀ 19 : 11 (ORV)
ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ । ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ ।

1 2 3 4 5 6 7 8 9 10 11

BG:

Opacity:

Color:


Size:


Font: