ଦିତୀୟ ବଂଶାବଳୀ 21 : 1 (ORV)
ଅନନ୍ତର ଯିହୋଶାଫଟ୍ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ ।
ଦିତୀୟ ବଂଶାବଳୀ 21 : 2 (ORV)
ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ ଓ ଯିହୀୟେଲ ଓ ଜିଖରୀୟ ଓ ଅସରୀୟାହ ଓ ମୀଖାୟେଲ ଓ ଶଫ୍ଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ ।
ଦିତୀୟ ବଂଶାବଳୀ 21 : 3 (ORV)
ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ ।
ଦିତୀୟ ବଂଶାବଳୀ 21 : 4 (ORV)
ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଆରୂଢ଼ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କି ଖଡ଼୍‍ଗରେ ବଧ କଲେ ।
ଦିତୀୟ ବଂଶାବଳୀ 21 : 5 (ORV)
ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ।
ଦିତୀୟ ବଂଶାବଳୀ 21 : 6 (ORV)
ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
ଦିତୀୟ ବଂଶାବଳୀ 21 : 7 (ORV)
ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ ।
ଦିତୀୟ ବଂଶାବଳୀ 21 : 8 (ORV)
ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ ।
ଦିତୀୟ ବଂଶାବଳୀ 21 : 9 (ORV)
ତହିଁରେ ଯିହୋରାମ୍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ ।
ଦିତୀୟ ବଂଶାବଳୀ 21 : 10 (ORV)
ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ ।
ଦିତୀୟ ବଂଶାବଳୀ 21 : 11 (ORV)
ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ ।
ଦିତୀୟ ବଂଶାବଳୀ 21 : 12 (ORV)
ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍-ବକ୍ତାଙ୍କଠାରୁ ଏକ ଲେଖା ଆସିଲା, ଯଥା, ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;
ଦିତୀୟ ବଂଶାବଳୀ 21 : 13 (ORV)
ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛଗ;
ଦିତୀୟ ବଂଶାବଳୀ 21 : 14 (ORV)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପନିୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକି ମହାଘାତରେ ସଂହାର କରିବେ ।
ଦିତୀୟ ବଂଶାବଳୀ 21 : 15 (ORV)
ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ ।
ଦିତୀୟ ବଂଶାବଳୀ 21 : 16 (ORV)
ଏଥି ଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ ।
ଦିତୀୟ ବଂଶାବଳୀ 21 : 17 (ORV)
ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବଶେ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପନିୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍ ଛଡ଼ା ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ ।
ଦିତୀୟ ବଂଶାବଳୀ 21 : 18 (ORV)
ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ ।
ଦିତୀୟ ବଂଶାବଳୀ 21 : 19 (ORV)
ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ । ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ ।
ଦିତୀୟ ବଂଶାବଳୀ 21 : 20 (ORV)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ଦେଲେ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: