ଦିତୀୟ ବଂଶାବଳୀ 27 : 1 (ORV)
ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ ।
ଦିତୀୟ ବଂଶାବଳୀ 27 : 2 (ORV)
ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ । ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ ।
ଦିତୀୟ ବଂଶାବଳୀ 27 : 3 (ORV)
ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ ।
ଦିତୀୟ ବଂଶାବଳୀ 27 : 4 (ORV)
ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ ।
ଦିତୀୟ ବଂଶାବଳୀ 27 : 5 (ORV)
ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳ; ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ । ଅମ୍ମୋନ-ସନ୍ତାନଗଣ ଦ୍ଵିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ ।
ଦିତୀୟ ବଂଶାବଳୀ 27 : 6 (ORV)
ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରା; ହେଲେ ।
ଦିତୀୟ ବଂଶାବଳୀ 27 : 7 (ORV)
ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି ।
ଦିତୀୟ ବଂଶାବଳୀ 27 : 8 (ORV)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ ।
ଦିତୀୟ ବଂଶାବଳୀ 27 : 9 (ORV)
ପୁଣି, ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ ।

1 2 3 4 5 6 7 8 9

BG:

Opacity:

Color:


Size:


Font: