ଦିତୀୟ ବଂଶାବଳୀ 34 : 1 (ORV)
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ ।
ଦିତୀୟ ବଂଶାବଳୀ 34 : 2 (ORV)
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ ।
ଦିତୀୟ ବଂଶାବଳୀ 34 : 3 (ORV)
ତାଙ୍କର ଅଧିକାରର ଅଷ୍ଟମ ବର୍ଷରେ ସେ ଅଳ୍ପବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ଵରଙ୍କୁ ଅନ୍ଵେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ଵାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ ।
ଦିତୀୟ ବଂଶାବଳୀ 34 : 4 (ORV)
ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍ଦେବ-ଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରାମୂର୍ତ୍ତି, ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା-ସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ ।
ଦିତୀୟ ବଂଶାବଳୀ 34 : 5 (ORV)
ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ ।
ଦିତୀୟ ବଂଶାବଳୀ 34 : 6 (ORV)
ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ ।
ଦିତୀୟ ବଂଶାବଳୀ 34 : 7 (ORV)
ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ ।
ଦିତୀୟ ବଂଶାବଳୀ 34 : 8 (ORV)
ଅନନ୍ତର ସେ ଆପଣା ଅଧିକାରର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଗୃହର ଜୀର୍ଣ୍ଣସଂସ୍କାର ନିମନ୍ତେ ଅତ୍ସଲୀୟର ପୁତ୍ର ଶାଫନ୍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ-ଲେଖକକୁ ପଠାଇଲେ ।
ଦିତୀୟ ବଂଶାବଳୀ 34 : 9 (ORV)
ତହୁଁ ସେମାନେ ହିଲ୍‍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ଵାରପାଳମାନଙ୍କ ଦ୍ଵାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ଵରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ ।
ଦିତୀୟ ବଂଶାବଳୀ 34 : 10 (ORV)
ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନର୍ନିର୍ମାଣ ନିମନ୍ତେ ତାହା ଦେଲେ;
ଦିତୀୟ ବଂଶାବଳୀ 34 : 11 (ORV)
ଅର୍ଥାତ୍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ-ପ୍ରସ୍ତର ଓ ବରଗା ଓ କଡ଼ିକାଷ୍ଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ ।
ଦିତୀୟ ବଂଶାବଳୀ 34 : 12 (ORV)
ଆଉ, ଲୋକମାନେ ବିଶ୍ଵସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ଵାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ ।
ଦିତୀୟ ବଂଶାବଳୀ 34 : 13 (ORV)
ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ଵାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ଵାରପାଳ ଥିଲେ ।
ଦିତୀୟ ବଂଶାବଳୀ 34 : 14 (ORV)
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍‍କୀୟ ଯାଜକ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା ।
ଦିତୀୟ ବଂଶାବଳୀ 34 : 15 (ORV)
ତହିଁରେ ହିଲ୍‍କୀୟ ଶାଫନ୍ ଲେଖକକୁ ଉତ୍ତର କରି କହିଲା, ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି । ପୁଣି ହିଲ୍‍କୀୟ ଶାଫନ୍କୁ ସେହି ପୁସ୍ତକ ଦେଲା ।
ଦିତୀୟ ବଂଶାବଳୀ 34 : 16 (ORV)
ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ଵାଦ ନେଇ କହିଲା, ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି ।
ଦିତୀୟ ବଂଶାବଳୀ 34 : 17 (ORV)
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ମୁଦ୍ରା କାଢ଼ି ନେଇ ତତ୍ତ୍ଵାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
ଦିତୀୟ ବଂଶାବଳୀ 34 : 18 (ORV)
ଆହୁରି, ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍‍କୀୟ ଯାଜକ ଆମ୍ଭକୁ ଖଣ୍ତେ ପୁସ୍ତକ ଦେଇଅଛନ୍ତି । ଆଉ, ଶାଫନ୍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା ।
ଦିତୀୟ ବଂଶାବଳୀ 34 : 19 (ORV)
ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ ।
ଦିତୀୟ ବଂଶାବଳୀ 34 : 20 (ORV)
ପୁଣି, ରାଜା ହିଲ୍‍କୀୟକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅବ୍ଦୋନକୁ ଓ ଶାଫନ୍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,
ଦିତୀୟ ବଂଶାବଳୀ 34 : 21 (ORV)
ତୁମ୍ଭେମାନେ ଯାଇ ମୋʼ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି ।
ଦିତୀୟ ବଂଶାବଳୀ 34 : 22 (ORV)
ତହିଁରେ ହିଲ୍‍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍ ନାମକ ବସ୍ତ୍ରାଗାର-ରକ୍ଷକର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ଵିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ ।
ଦିତୀୟ ବଂଶାବଳୀ 34 : 23 (ORV)
ତହିଁରେ ସେ ସେମାନଙ୍କୁ ଉତ୍ତର କଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,
ଦିତୀୟ ବଂଶାବଳୀ 34 : 24 (ORV)
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା;
ଦିତୀୟ ବଂଶାବଳୀ 34 : 25 (ORV)
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ ।
ଦିତୀୟ ବଂଶାବଳୀ 34 : 26 (ORV)
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
ଦିତୀୟ ବଂଶାବଳୀ 34 : 27 (ORV)
ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ଵରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ ।
ଦିତୀୟ ବଂଶାବଳୀ 34 : 28 (ORV)
ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେ ଯେ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ । ଏଥି ଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ ।
ଦିତୀୟ ବଂଶାବଳୀ 34 : 29 (ORV)
ଅନନ୍ତର ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ ।
ଦିତୀୟ ବଂଶାବଳୀ 34 : 30 (ORV)
ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ ।
ଦିତୀୟ ବଂଶାବଳୀ 34 : 31 (ORV)
ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ-କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ ।
ଦିତୀୟ ବଂଶାବଳୀ 34 : 32 (ORV)
ଆଉ, ଯିରୂଶାଲମର ଓ ବିନ୍ୟାମୀନର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ । ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ଵରଙ୍କର, ଆପଣାମାନଙ୍କ ପୂର୍ବ-ପୁରୁଷଗଣର ପରମେଶ୍ଵରଙ୍କ ନିୟମାନୁସାରେ କର୍ମ କଲେ ।
ଦିତୀୟ ବଂଶାବଳୀ 34 : 33 (ORV)
ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କର ସେବା କରାଇଲେ । ସେମାନେ ତାଙ୍କର ଜୀବନ ଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଅନୁଗମନରୁ କ୍ଷା; ନୋହିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: