ଦିତୀୟ ବଂଶାବଳୀ 4 : 1 (ORV)
ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟତା କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ ।
ଦିତୀୟ ବଂଶାବଳୀ 4 : 2 (ORV)
ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା ।
ଦିତୀୟ ବଂଶାବଳୀ 4 : 3 (ORV)
ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ର୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ । ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳାଯାଇଥିଲେ ।
ଦିତୀୟ ବଂଶାବଳୀ 4 : 4 (ORV)
ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍ଭାଗସବୁ ଭିତରକୁ ଥିଲା ।
ଦିତୀୟ ବଂଶାବଳୀ 4 : 5 (ORV)
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; ଶୋଷଣ-ପୁଷ୍ପ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା ।
ଦିତୀୟ ବଂଶାବଳୀ 4 : 6 (ORV)
ଆହୁରି ସେ ଦଶ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ଵନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା ।
ଦିତୀୟ ବଂଶାବଳୀ 4 : 7 (ORV)
ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ ।
ଦିତୀୟ ବଂଶାବଳୀ 4 : 8 (ORV)
ଆହୁରି ସେ ଦଶ ମେଜ ନିର୍ମାଣ କରି ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ରଖିଲେ । ଆଉ, ସେ ଏକ ଶତ ସୁବର୍ଣ୍ଣ କୁଣ୍ତ ନିର୍ମାଣ କଲେ ।
ଦିତୀୟ ବଂଶାବଳୀ 4 : 9 (ORV)
ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ଵାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ ।
ଦିତୀୟ ବଂଶାବଳୀ 4 : 10 (ORV)
ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ ।
ଦିତୀୟ ବଂଶାବଳୀ 4 : 11 (ORV)
ଆଉ ହୂରମ୍ ପାତ୍ର ଓ କରଚୁଲି ଓ କୁଣ୍ତସବୁ ନିର୍ମାଣ କଲା । ଏହିରୂପେ ହୂରମ୍ ପରମେଶ୍ଵରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା ।
ଦିତୀୟ ବଂଶାବଳୀ 4 : 12 (ORV)
ଅର୍ଥାତ୍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ତାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ
ଦିତୀୟ ବଂଶାବଳୀ 4 : 13 (ORV)
ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ କଲା ।
ଦିତୀୟ ବଂଶାବଳୀ 4 : 14 (ORV)
ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲା;
ଦିତୀୟ ବଂଶାବଳୀ 4 : 15 (ORV)
ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ ।
ଦିତୀୟ ବଂଶାବଳୀ 4 : 16 (ORV)
ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ଵଳ ପିତ୍ତଳରେ ହାଣ୍ତି ଓ କରଚୁଲି ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା ।
ଦିତୀୟ ବଂଶାବଳୀ 4 : 17 (ORV)
ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ୍ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ ।
ଦିତୀୟ ବଂଶାବଳୀ 4 : 18 (ORV)
ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ ।
ଦିତୀୟ ବଂଶାବଳୀ 4 : 19 (ORV)
ପୁଣି ଶଲୋମନ ପରମେଶ୍ଵରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ଵର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୋଟୀ ରଖିବାର ମେଜ;
ଦିତୀୟ ବଂଶାବଳୀ 4 : 20 (ORV)
ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ଵଳାଇବା ନିମନ୍ତେ ନିର୍ମଳ ସ୍ଵର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ ଯାତ୍ରା. ୨୭:୨୦,୨୧
ଦିତୀୟ ବଂଶାବଳୀ 4 : 21 (ORV)
ଓ ସ୍ଵର୍ଣ୍ଣମୟ ପୁଷ୍ପ ଓ ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
ଦିତୀୟ ବଂଶାବଳୀ 4 : 22 (ORV)
ଆଉ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ଵାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ଵାରସବୁ ସୁବର୍ଣ୍ଣର ଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22