ଏଜ୍ରା 4 : 1 (ORV)
ଅନନ୍ତର ବନ୍ଦୀତ୍ଵର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନର ବିପକ୍ଷମାନେ ଶୁଣିଲେ ।
ଏଜ୍ରା 4 : 2 (ORV)
ସେତେବେଳେ ସେମାନେ ସରୁବ୍ବାବିଲ ଓ ପିତୃବଂଶ-ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସରହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ ।
ଏଜ୍ରା 4 : 3 (ORV)
ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶ-ପ୍ରଧାନମାନେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟରାଜ କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା ।
ଏଜ୍ରା 4 : 4 (ORV)
ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,
ଏଜ୍ରା 4 : 5 (ORV)
ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ-ରାଜ କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ-ରାଜ ଦାରୀୟାବସର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ପ୍ରତିକୂଳରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ ।
ଏଜ୍ରା 4 : 6 (ORV)
ଆଉ, ଅକ୍ଷଶ୍ଵେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ ।
ଏଜ୍ରା 4 : 7 (ORV)
ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ୍, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ-ରାଜ ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା ।
ଏଜ୍ରା 4 : 8 (ORV)
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;
ଏଜ୍ରା 4 : 9 (ORV)
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ଵୀୟ, ଏଲମୀୟ ଲୋକମାନେ,
ଏଜ୍ରା 4 : 10 (ORV)
ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ଵାରା ଆନୀତ, ପୁଣି ଶମରୀୟା-ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ ।
ଏଜ୍ରା 4 : 11 (ORV)
ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ଅନୁଲିପି ଏହି; (ଫରାତ୍) ନଦୀ ସେପାରିସ୍ଥ ଲୋକ ଆପଣଙ୍କ ଦାସମାନେ, ଇତ୍ୟାଦି ।
ଏଜ୍ରା 4 : 12 (ORV)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ କତିକି ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି ।
ଏଜ୍ରା 4 : 13 (ORV)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର-କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ଵ ବା ମାଶୁଲ ଦେବେ ନାହିଁ, ପୁଣି ଶେଷରେ ତାହା ରାଜଗଣର କ୍ଷତିକର ହେବ ।
ଏଜ୍ରା 4 : 14 (ORV)
ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ ।
ଏଜ୍ରା 4 : 15 (ORV)
ଆପଣଙ୍କ ପିତୃପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ-ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ଘଟାଇଅଛନ୍ତି । ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି ।
ଏଜ୍ରା 4 : 16 (ORV)
ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର-କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ଵାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ ।
ଏଜ୍ରା 4 : 17 (ORV)
ଏଥିରେ ରାଜା ମନ୍ତ୍ରୀ ରହୂମର ଓ ଲେଖକ ଶିମ୍ଶୟର ଓ ସେମାନଙ୍କ ଶମରୀୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ, ଇତ୍ୟାଦି ।
ଏଜ୍ରା 4 : 18 (ORV)
ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟ ରୂପେ ପାଠ କରା ଯାଇଅଛି ।
ଏଜ୍ରା 4 : 19 (ORV)
ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାʼନ୍ତେ, ଦେଖା ଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ତଗୋଳ କରା ଯାଇଅଛି ।
ଏଜ୍ରା 4 : 20 (ORV)
ମଧ୍ୟ ଯିରୂଶାଲମରେ ପରାକ୍ରା; ରାଜଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ଵ କଲେ; ଆଉ, ସେମାନଙ୍କୁ କର, ରାଜସ୍ଵ ଓ ମାଶୁଲ ଦିଆଗଲା ।
ଏଜ୍ରା 4 : 21 (ORV)
ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନୋହିବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନୋହିବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର ।
ଏଜ୍ରା 4 : 22 (ORV)
ପୁଣି ସାବଧାନ, ଏବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?
ଏଜ୍ରା 4 : 23 (ORV)
ତହିଁରେ ରହୂମର ଓ ଲେଖକ ଶିମ୍ଶୟର ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ଅନୁଲିପି ପଢ଼ାଯାʼନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ଵାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ ।
ଏଜ୍ରା 4 : 24 (ORV)
ତହୁଁ ଯିରୂଶାଲମରେ ପରମେଶ୍ଵରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା । ପୁଣି, ପାରସ୍ୟ-ରାଜ ଦାରୀୟାବସର ଅଧିକାରର ଦ୍ଵିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: