ଏଜ୍ରା 5 : 1 (ORV)
ଏଥି ଉତ୍ତାରେ ହାଗୟ ଭବିଷ୍ୟଦ୍ବକ୍ତା ଓ ଇଦ୍ଦୋର ପୁତ୍ର ଜିଖରୀୟ, ଏହି ଭବିଷ୍ୟଦ୍-ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
ଏଜ୍ରା 5 : 2 (ORV)
ତହିଁରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ଵରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ ।
ଏଜ୍ରା 5 : 3 (ORV)
ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?
ଏଜ୍ରା 5 : 4 (ORV)
ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, ଏହି ଗାନ୍ଥକମାନଙ୍କ ନାମ କଅଣ?
ଏଜ୍ରା 5 : 5 (ORV)
ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ଵରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନୋହିବା ଓ ପତ୍ର ଦ୍ଵାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ ।
ଏଜ୍ରା 5 : 6 (ORV)
ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥରବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ଅନୁଲିପି;
ଏଜ୍ରା 5 : 7 (ORV)
ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖା ଥିଲା; ମହାରାଜ ଦାରୀୟାବସଙ୍କର ସର୍ବମଙ୍ଗଳ ।
ଏଜ୍ରା 5 : 8 (ORV)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ଵରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯନିରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି ।
ଏଜ୍ରା 5 : 9 (ORV)
ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?
ଏଜ୍ରା 5 : 10 (ORV)
ମଧ୍ୟ ଆମ୍ଭେମାନେ ଆପଣଙ୍କ ଗୋଚରାର୍ଥେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ ।
ଏଜ୍ରା 5 : 11 (ORV)
ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ପରମେଶ୍ଵରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ ।
ଏଜ୍ରା 5 : 12 (ORV)
ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ଵର୍ଗର ପରମେଶ୍ଵରଙ୍କୁ କୋପାନ୍ଵିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲଦୀୟ ନବୁଖଦ୍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା ।
ଏଜ୍ରା 5 : 13 (ORV)
ମାତ୍ର ବାବିଲର ରାଜା କୋରସ୍ଙ୍କ ଅଧିକାରର ପ୍ରଥମ ବର୍ଷରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ ।
ଏଜ୍ରା 5 : 14 (ORV)
ଆହୁରି, ନବୁଖଦ୍ନିତ୍ସର ପରମେଶ୍ଵରଙ୍କ ଗୃହର ଯେସକଳ ସ୍ଵର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରି ଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;
ଏଜ୍ରା 5 : 15 (ORV)
ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ଵରଙ୍କ ଗୃହ ସ୍ଵସ୍ଥାନରେ ନିର୍ମିତ ହେଉ ।
ଏଜ୍ରା 5 : 16 (ORV)
ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ଵରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇନାହିଁ ।
ଏଜ୍ରା 5 : 17 (ORV)
ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୂଶାଲମରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ତାର-ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ ।

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: