ନିହିମିୟା 8 : 1 (ORV)
ପୁଣି, ସମସ୍ତ ଲୋକ ଏକ ବ୍ୟକ୍ତି ତୁଲ୍ୟ ଜଳଦ୍ଵାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ⇧ କହିଲେ ।
ନିହିମିୟା 8 : 2 (ORV)
ତହିଁରେ ସପ୍ତମ ମାସର ପ୍ରଥମ ଦିନରେ ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝିପାରନ୍ତି, ସେସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲା ।
ନିହିମିୟା 8 : 3 (ORV)
ତହୁଁ ସେ ଜଳଦ୍ଵାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲା; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା ।
ନିହିମିୟା 8 : 4 (ORV)
ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଷ୍ଠମୟ ମଞ୍ଚା ଉପରେ ଠିଆ ହେଲା; ଆଉ, ଦକ୍ଷିଣ ପାର୍ଶ୍ଵରେ ତାହା ନିକଟରେ ମତ୍ତଥୀୟ ଓ ଶେମା ଓ ଅନାୟ ଓ ଊରୀୟ ଓ ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ ଓ ମୀଶାୟେଲ୍ ଓ ମଲକୀୟ ଓ ହଶୁମ୍ ଓ ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ ।
ନିହିମିୟା 8 : 5 (ORV)
ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲା; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ଵରେ ଠିଆ ହୋଇଥିଲା; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ ।
ନିହିମିୟା 8 : 6 (ORV)
ତହୁଁ ଏଜ୍ରା ମହାନ ପରମେଶ୍ଵର ସଦାପ୍ରଭୁଙ୍କର ଧନ୍ୟବାଦ କଲା । ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍, ଆମେନ୍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ ।
ନିହିମିୟା 8 : 7 (ORV)
ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ ।
ନିହିମିୟା 8 : 8 (ORV)
ପୁଣି, ସେମାନେ ସ୍ପଷ୍ଟ ରୂପେ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇ ଦେଲେ, ତହୁଁ ଲୋକମାନେ ପଠନ ବୁଝିଲେ ।
ନିହିମିୟା 8 : 9 (ORV)
ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକ ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର । କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ ।
ନିହିମିୟା 8 : 10 (ORV)
ଆଉ, ସେ ସେମାନଙ୍କୁ କହିଲା, ଆପଣା ଆପଣା ପଥରେ ଯାଅ, ଚିକ୍କଣ-ଦ୍ରବ୍ୟ ଭୋଜନ କର ଓ ସୁମିଷ୍ଟ-ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ ଅଂଶ ପଠାଅ; କାରଣ ଆଜିଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ ।
ନିହିମିୟା 8 : 11 (ORV)
ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, ନୀରବ ହୁଅ, ଆଜି ପବିତ୍ର ଦିନ; ତୁମ୍ଭେମାନେ ଦୁଃଖିତ ନ ହୁଅ ।
ନିହିମିୟା 8 : 12 (ORV)
ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେସମସ୍ତେ ଭୋଜନପାନ କରିବାକୁ ଓ ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ ।
ନିହିମିୟା 8 : 13 (ORV)
ପୁଣି, ଦ୍ଵିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଅଧ୍ୟାପକ ନିକଟରେ ଏକତ୍ରିତ ହେଲେ ।
ନିହିମିୟା 8 : 14 (ORV)
ସେମାନେ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ ବାସ କରିବେ;
ନିହିମିୟା 8 : 15 (ORV)
ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦିଶାଖା ଓ ଖର୍ଜ୍ଜୁରଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ ।
ନିହିମିୟା 8 : 16 (ORV)
ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ଵରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ଵାରର ଛକରେ ଓ ଇଫ୍ରୟିମ-ଦ୍ଵାରର ଛକରେ ନିର୍ମାଣ କଲେ ।
ନିହିମିୟା 8 : 17 (ORV)
ପୁଣି, ବନ୍ଦୀତ୍ଵରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି କରି ନ ଥିଲେ । ଏଣୁ ଅତି ବଡ଼ ଆନନ୍ଦ ହେଲା ।
ନିହିମିୟା 8 : 18 (ORV)
ଆହୁରି, ସେ ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲା । ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବିଧାନାନୁସାରେ ଅଷ୍ଟମ ଦିନ ମହାସଭା ହେଲା⇧ ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: